Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

buddha purnima

ମୁଖ୍ୟ ଖବର

    ଜାଣନ୍ତୁ, ବୁଦ୍ଧ ପୂର୍ଣ୍ଣିମାର ତାତ୍ପର୍ଯ୍ୟ...

    Share on :
    ajab-Image
    Date: May 4, 2023    Views: 6196

    ଭୁବନେଶ୍ୱର: ବୈଶାଖ ମାସର ପୂର୍ଣ୍ଣମୀ ତିଥିରେ ବୁଦ୍ଧ ଜୟନ୍ତୀ ପାଳିତ ହୁଏ । ତେଣୁ ଏହି ପୂର୍ଣ୍ଣିମାକୁ ବୌଦ୍ଧ ପୂର୍ଣ୍ଣିମା କୁହାଯାଏ । ବୌଦ୍ଧ ଧର୍ମରେ ପର୍ବପର୍ବାଣି ଓ ଆଡମ୍ବର କମ୍‌ ଥିଲେ ହେଁ ଉପାସନା, ଆରାଧନା, ଧ୍ୟାନ ଓ ସାଧନା ଆଦି ଆଚରଣବିଧି ପାଇଁ ବର୍ଷର ବାରଟିଯାକ ପୂର୍ଣ୍ଣିମା ତିଥି ଅତ୍ୟନ୍ତ ପୁଣ୍ୟ ଦିବସ । ବୌଦ୍ଧ ଧର୍ମାବଲମ୍ବୀମାନେ ପ୍ରତ୍ୟେକ ପୂର୍ଣ୍ଣିମା ତିଥିରେ ପ୍ରାର୍ଥନା ଓ ଧ୍ୟାନ ବ୍ୟତୀତ ସ୍ୱତନ୍ତ୍ର ଉପାସନା ପର୍ଯ୍ୟନ୍ତ ଉପବାସ ରହିଥାନ୍ତି ।

    ବୁଦ୍ଧ ଜୟନ୍ତୀ ଦିବସର ତାତ୍ପର୍ଯ୍ୟ ହେଲା ସେହି ଦିନ ବୌଦ୍ଧ ଧର୍ମର ପ୍ରତିଷ୍ଠାତା ଗୌତମ ବୁଦ୍ଧ ଜନ୍ମଗ୍ରହଣ କରିଥିଲେ ଏବଂ ବୁଦ୍ଧତ୍ୱ ପ୍ରାପ୍ତ ଓ ନିର୍ବାଣ(ମୋକ୍ଷ) ପ୍ରାପ୍ତ ହୋଇଥିଲେ । ଗୌତମ ବୁଦ୍ଧଙ୍କ ଶୀଳ, ସମାଧି, ପ୍ରଜ୍ଞା ଏବଂ ସତ୍ୟ, ଅହିଂସା ଓ କରୁଣାର ବାଣୀ ରାଷ୍ଟ୍ର, ଧର୍ମ ନିର୍ବିଶେଷରେ ସମସ୍ତଙ୍କୁ ପ୍ରଭାବିତ କରିପାରିଛି । ବୌଦ୍ଧଧର୍ମର ସିଦ୍ଧାନ୍ତ ଓଡ଼ିଶାର ଧର୍ମ, ସଂସ୍କୃତି, ସାହିତ୍ୟ ଓ ଆଚାରବ୍ୟବହାର କ୍ଷେତ୍ରରେ ପ୍ରୟୋଗ ହୋଇ ଆସିଛି । ବିଷ୍ଣୁଙ୍କ ଦଶ ଅବତାର ମଧ୍ୟରେ ବୁଦ୍ଧଦେବ ମଧ୍ୟ ଏକ ଅବତାର ରୂପେ ସ୍ଥାନ ପାଇଛନ୍ତି ।

    ଓଡ଼ିଶାର ବିଭିନ୍ନ ଅଞ୍ଚଳରୁ ବୌଦ୍ଧ ଧର୍ମାବଲମ୍ବୀମାନେ ବୁଦ୍ଧ ପୂର୍ଣ୍ଣିମାରେ ଧଉଳିଗିରି ଓ ଭୁବନେଶ୍ୱରର ବୌଦ୍ଧ ବିହାରଠାରେ ବୁଦ୍ଧ ଜୟନ୍ତୀ ପାଳନ ପାଇଁ ଏକତ୍ରିତ ହୁଅନ୍ତି  । ବୌଦ୍ଧ ଧର୍ମର ନିର୍ବାଣ ବା ମୋକ୍ଷରେ ଚିର ଶାନ୍ତି ଓ ପରମ ଆନନ୍ଦ ପାଏ ଜଣେ ସାଧକ  । ନିରବତା ଓ ନିସ୍ତବ୍‌ଧତା ଧ୍ୟାନ ପାଇଁ ଏକାନ୍ତ ଆବଶ୍ୟକ ଯାହାକି ବୌଦ୍ଧ ସାଧନାର ମୂଳଭିତ୍ତି । ବୁଦ୍ଧ ଜୟନ୍ତୀ ପଡୁଥିବା ଏହି ବୈଶାଖ ପୂର୍ଣ୍ଣିମାକୁ ମଧ୍ୟ ଚନ୍ଦନ ପୂର୍ଣ୍ଣିମା କହନ୍ତି  । ଏହି ଦିନ ମଧ୍ୟ ସନ୍ଥ ଭୀମଭୋଇ ଜୟନ୍ତୀ ପାଳନ କରାଯାଏ ।

    Maximum 500 characters

    buddha purnima View all

    Find Us on Facebook