Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଯୋଜନା ଓ ବିକାଶ

ମୁଖ୍ୟ ଖବର

    ବଜେଟ: ବଢିଲା କିସାନ୍ କ୍ରେଡିଟ୍ କାର୍ଡର ଲିମିଟ୍

    Share on :
    ajab-Image
    Date: Feb 1, 2025    Views: 3689

    ନୂଆଦିଲ୍ଲୀ:ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି ।   ବଜେଟରେ ଚାଷୀଙ୍କ ପାଇଁ ବଡ଼ ଘୋଷଣା । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ବଜେଟ୍ ଉପସ୍ଥାପନ କରି ଚାଷୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନାର ଘୋଷଣା କରିବା ସହିତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କିସାନ୍ କ୍ରେଡିଟ୍ କାର୍ଡର ଲିମିଟ୍ ମଧ୍ୟ କେନ୍ଦ୍ର ସରକାର ବୃଦ୍ଧି କରିଥିବା ନେଇ ଘୋଷଣା କରିଛନ୍ତି । ପୂର୍ବରୁ ଏହା ୩ ଲକ୍ଷ ଟଙ୍କା ରହିଥିବାବେଳେ, ଏବେ ଏହାକୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଅର୍ଥମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ବଜେଟ୍ ବିକାଶକୁ ନୂଆ ଦିଗ ଦେବ । ସମସ୍ତଙ୍କ ବିକାଶ, ମଧ୍ୟବିତ୍ତଙ୍କ କ୍ଷମତା ବୃଦ୍ଧି କରିବାକୁ ଏହି ବଜେଟ୍ ସମର୍ପିତ । ଯୁବ ଚାଷୀ, ଗ୍ରାମୀଣ ମହିଳା ଏବଂ ଛୋଟ ଛୋଟ ଚାଷୀଙ୍କ ଉପରେ ଏହି ବଜେଟରେ ଫୋକସ୍ କରାଯାଇଛି । ତେବେ ପ୍ରଧାନମନ୍ତ୍ରୀ ଧନଧ୍ୟାନ ଯୋଜନାକୁ ରାଜ୍ୟ ସରକାରଙ୍କ ସହ ମିଶି ଚଲାଇବେ କେନ୍ଦ୍ର ସରକାର । ଯାହାର ଫାଇଦା ୧.୭ କୋଟି ଚାଷୀଙ୍କୁ ମିଳିପାରିବ । ପ୍ରଥମ ପର୍ୟ୍ୟାୟରେ ୧୦୦ଟି ବିକାଶଶୀଳ କୃଷି ଜିଲ୍ଲାକୁ ଏଥିରେ ସାମିଲ କରାଯିବ । 

    Maximum 500 characters

    ଯୋଜନା ଓ ବିକାଶ View all

    Find Us on Facebook