Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ସେମିକଣ୍ଡକଟର ୨.୦ ଘୋଷଣା

    Share on :
    ajab-Image
    Date: Feb 1, 2026    Views: 2874

    ନୂଆଦିଲ୍ଲୀ: ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମୋଦୀ ସରକାରରେ ନିର୍ମଳାଙ୍କର ଏହା ନବମ ବଜେଟ ଉପସ୍ଥାପନ । କର୍ତ୍ତବ୍ୟ ଭବନରେ ଏହା ଆମର ପ୍ରଥମ ବଜେଟ ବୋଲି ନିର୍ମଳା କହିଛନ୍ତି । ବିଗତ ୧୧ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ତଥ୍ୟ ରଖୁଛନ୍ତି ଅର୍ଥମନ୍ତ୍ରୀ । ଚଳିତ ବର୍ଷ ବଜେଟ ଯୁବଶକ୍ତି ବଜେଟ ହେବାକୁ ଯାଉଛି, ବିକଶିତ ଭାରତ ଲକ୍ଷ୍ୟ ନେଇ ଦେଶ ଆଗକୁ ବଢୁଛି । 
    ସେମିକଣ୍ଡକଟର ୨.୦ ନେଇ ବଜେଟରେ ଘୋଷଣା କରାଯାଇଛି । ଶିଳ୍ପଭିତ୍ତିକ ରିସର୍ଚ୍ଚ ଓ ଟ୍ରେନିଂକୁ ଗୁରୁତ୍ୱ ଦିଆଯାଇଛି ।  କୁଶଳୀ ବ୍ୟକ୍ତି ସୃଷ୍ଟି କରିବାକୁ ପ୍ରାଧାନ୍ୟ ଦିଆଯାଇଛି । ୪୦ ହଜାର କୋଟିର ଆଉଟଲେ ନେଇ ବଜେଟରେ ଘୋଷଣା କରାଯାଇଛି ।

    ନିର୍ମଳା କହିଛନ୍ତି ଯେ ଆମର ପ୍ରଥମ କର୍ତ୍ତବ୍ୟ ହେଉଛି ସବ୍‌କା ସାଥ୍ ସବ୍‌କା ବିକାଶ, ଆମ ସରକାର ନିଯୁକ୍ତି ଓ ଉତ୍ପାଦନ ବୃଦ୍ଧିକୁ ଗୁରୁତ୍ଵ ଦେଉଛି । ବଜେଟ ପୂର୍ବରୁ ଅର୍ଥମନ୍ତ୍ରୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିଲେ, ଏବଂ ବଜେଟ୍‌ ଉପସ୍ଥାପନ ପାଇଁ ରାଷ୍ଟ୍ରପତି ତାଙ୍କୁ ଆନୁଷ୍ଠାନିକ ଅନୁମତି ପ୍ରଦାନ କରିଥିଲେ ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook