ମୁଖ୍ୟ ଖବର
ନୂଆଦିଲ୍ଲୀ: ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ମୋଦୀ ସରକାରରେ ନିର୍ମଳାଙ୍କର ଏହା ନବମ ବଜେଟ ଉପସ୍ଥାପନ । କର୍ତ୍ତବ୍ୟ ଭବନରେ ଏହା ଆମର ପ୍ରଥମ ବଜେଟ ବୋଲି ନିର୍ମଳା କହିଛନ୍ତି । ବିଗତ ୧୧ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ତଥ୍ୟ ରଖୁଛନ୍ତି ଅର୍ଥମନ୍ତ୍ରୀ । ଚଳିତ ବର୍ଷ ବଜେଟ ଯୁବଶକ୍ତି ବଜେଟ ହେବାକୁ ଯାଉଛି, ବିକଶିତ ଭାରତ ଲକ୍ଷ୍ୟ ନେଇ ଦେଶ ଆଗକୁ ବଢୁଛି ।
ସେମିକଣ୍ଡକଟର ୨.୦ ନେଇ ବଜେଟରେ ଘୋଷଣା କରାଯାଇଛି । ଶିଳ୍ପଭିତ୍ତିକ ରିସର୍ଚ୍ଚ ଓ ଟ୍ରେନିଂକୁ ଗୁରୁତ୍ୱ ଦିଆଯାଇଛି । କୁଶଳୀ ବ୍ୟକ୍ତି ସୃଷ୍ଟି କରିବାକୁ ପ୍ରାଧାନ୍ୟ ଦିଆଯାଇଛି । ୪୦ ହଜାର କୋଟିର ଆଉଟଲେ ନେଇ ବଜେଟରେ ଘୋଷଣା କରାଯାଇଛି ।
ନିର୍ମଳା କହିଛନ୍ତି ଯେ ଆମର ପ୍ରଥମ କର୍ତ୍ତବ୍ୟ ହେଉଛି ସବ୍କା ସାଥ୍ ସବ୍କା ବିକାଶ, ଆମ ସରକାର ନିଯୁକ୍ତି ଓ ଉତ୍ପାଦନ ବୃଦ୍ଧିକୁ ଗୁରୁତ୍ଵ ଦେଉଛି । ବଜେଟ ପୂର୍ବରୁ ଅର୍ଥମନ୍ତ୍ରୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଥିଲେ, ଏବଂ ବଜେଟ୍ ଉପସ୍ଥାପନ ପାଇଁ ରାଷ୍ଟ୍ରପତି ତାଙ୍କୁ ଆନୁଷ୍ଠାନିକ ଅନୁମତି ପ୍ରଦାନ କରିଥିଲେ ।
Comments ସମସ୍ତ ମତାମତ