Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି ! ଜଗନ୍ନାଥଙ୍କ ସ୍ଥାନରେ ପ୍ରଭୁ ବଳଭଦ୍ରଙ୍କ ଫଟୋ ନେଇ ଅସନ୍ତୋଷ

    Share on :
    ajab-Image
    Date: Dec 31, 2025    Views: 3506

    ପୁରୀ: ୨୦୨୬ କ୍ୟାଲେଣ୍ଡର ରେ ଶ୍ରୀମନ୍ଦିର ପ୍ରଶାସନର ଗୁରୁତ୍ୱର ତ୍ରୁଟି ଦେଖିବାକୁ ମିଳିଛି । କ୍ୟାଲେଣ୍ଡରରେ ମହାପ୍ରଭୁଙ୍କର ଯେଉଁ ଚିତ୍ର ସ୍ଥାନିତ କରାଯାଇଛି ସେଥିରେ ତ୍ରୁଟି ଥିବା ପରିଲକ୍ଷିତ କରାଯାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ପ୍ରଭୁ ବଳଭଦ୍ର ଏବଂ ବଳଭଦ୍ରଙ୍କ ସ୍ଥାନରେ ଶ୍ରୀଜଗନ୍ନାଥଙ୍କ ଚିତ୍ର ଥିବା ଏକ ଫଟୋକୁ ଶ୍ରୀମନ୍ଦିର ପ୍ରଶାସନ କ୍ୟାଲେଣ୍ଡର ୨୦୨୬ରେ ସ୍ଥାନ ଦିଆଯାଇଛି ।
    ସେହିପରି ରଥଯାତ୍ରାର ଏକ ଫଟୋ ମଧ୍ୟ କ୍ୟାଲେଣ୍ଡରରେ ରହିଥିବା ବେଳେ ସେଥିରେ ମଧ୍ୟ ତ୍ରୁଟି ଦେଖିବାକୁ ମିଳିଛି । ପ୍ରଥମେ ସୁଭଦ୍ରାଙ୍କ ରଥ, ପରେ ଜଗନ୍ନାଥଙ୍କ ରଥ ଏବଂ ଶେଷରେ ଶ୍ରୀବଳଭଦ୍ରଙ୍କ ରଥ ଟଣା ଯାଉଥିବାର ସମ୍ପର୍କିତ ଚିତ୍ରର ଏକ ଫଟୋ ମଧ୍ୟ କ୍ୟାଲେଣ୍ଡରରେ ସ୍ଥାନ ପାଇଛି ।

    ତେବେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶିତ ୨୦୨୬ କ୍ୟାଲେଣ୍ଡରରେ ଏଭଳି ତ୍ରୁଟିକୁ ଜଗନ୍ନାଥ ପ୍ରେମୀ ଓ ଶ୍ରୀମନ୍ଦିର ସେବାୟତ ସମାଲୋଚନା କରିଛନ୍ତି । କ୍ୟାଲେଣ୍ଡର ଛପା ହେବା ପୂର୍ବରୁ କାହା ପରାମର୍ଶରେ ଶ୍ରୀମନ୍ଦିର ପ୍ରଶାସନ ଏଭଳି ତ୍ରୁଟିପୂର୍ଣ୍ଣ ଫଟୋ କ୍ୟାଲେଣ୍ଡରରେ ସ୍ଥାନ ଦେଇଛି ତାକୁ ନେଇ ସେବାୟତ ମାନେ ପ୍ରଶ୍ନ ଉଠାଇଛନ୍ତି ।


    ଜଗନ୍ନାଥ ସଂସ୍କୃତିକୁ ବିକୃତ କରୁଥିବା ଅନୁଷ୍ଠାନ ଓ ବ୍ୟକ୍ତି ବିଶେଷ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଥିବାବେଳେ ଖୋଦ୍ ଶ୍ରୀମନ୍ଦିର ପ୍ରଶାସନ ଏହାକୁ ଉଲ୍ଲଘଂନ କରିବା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି ।

    ତୁରନ୍ତ ଏହି ତ୍ରୁଟିପୂର୍ଣ୍ଣ କ୍ୟାଲେଣ୍ଡରକୁ ଶ୍ରୀମନ୍ଦିର ପ୍ରଶାସନ ପ୍ରତ୍ୟାହାର କରିନେବାକୁ ଦାବି ଜୋର ଧରିଛି । କେଉଁ ଅଧିକାରୀଙ୍କ ଦାୟିତ୍ବହୀନତାରେ ଏଭଳି ତ୍ରୁଟି ହୋଇଛି ତାହାର ତଦନ୍ତ କରାଯାଇ କାର୍ୟ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜଗନ୍ନାଥ ପ୍ରେମୀ ଓ ସେବାୟତ ଦାବି କରିଛନ୍ତି । ସେପଟେ ଏନେଇ ଶ୍ରୀମନ୍ଦିର ପ୍ରଶାସନ ସହିତ ଯୋଗାଯୋଗ କରାଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook