Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଖେଳ ଖବର

ମୁଖ୍ୟ ଖବର

    ଭାରତୀୟ ଦଳକୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

    Share on :
    ajab-Image
    Date: Mar 10, 2025    Views: 3704

    ନୂଆଦିଲ୍ଲୀ: ଚାମ୍ପିଅନ୍ସ ଟ୍ରଫି ବିଜୟୀ ଟିମ ଇଣ୍ଡିଆକୁ ଶୁଭେଚ୍ଛାର ସୁଅ ।  ଚାମ୍ପିଅନ୍ସ ଟ୍ରଫିରେ ଟିମ୍ ଇଣ୍ଡିଆ ୪ ଓ୍ୱିକେଟରେ ନ୍ୟୁଜିଲାଣ୍ଡକୁ ହରାଇ ଆଇସିସି ଚାମ୍ପିୟନ୍ସ ଟ୍ରଫି ହାସଲ କରିଛି। ଏହାପରେ ଭାରତୀୟ ଦଳକୁ ସୋସିଆଲ ମିଡିଆରେ ଅଭିନନ୍ଦନର ସୁଅ ଛୁଟିଛି। 
    ସୋସିଆଲ ମିଡିଆ ହ୍ୟାଣ୍ଡେଲ ଏକ୍ସରେ ଶୁଭେଚ୍ଛା ଜଣାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଲେଖିଛନ୍ତି, ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତିବା ପାଇଁ ଭାରତୀୟ ଦଳକୁ ହୃଦୟରୁ ଅଭିନନ୍ଦନ। ଭାରତ ଏକମାତ୍ର ଦଳ ଭାବେ ଏହି ଟ୍ରଫିକୁ ତୃତୀୟ ଥର ଜିତିଛି। ଇତିହାସ ରଚିବା ପାଇଁ ଖେଳାଳି, ମ୍ୟାନେଜମେଣ୍ଟ ଓ ସପୋର୍ଟ ଷ୍ଟାଫ ସର୍ବାଧିକ ପ୍ରଶଂସାର ଅଧିକାରୀ। ଭାରତୀୟ କ୍ରିକେଟର ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି ରାଷ୍ଟ୍ରପତି ।

    ପ୍ରଧାନମନ୍ତ୍ରୀ ମୋଦି ଟିମ୍ ଇଣ୍ଡିଆକୁ ଅଭିନନ୍ଦନ ଜଣାଇବା ସହ ଅବିଶ୍ୱସନୀୟ ମ୍ୟାଚ ଓ ଅବିଶ୍ୱସନୀୟ ଫଳାଫଳ ବୋଲି ଲେଖିଛନ୍ତି। ଆଇସିସି ଚାମ୍ପିୟନ୍ସ ଟ୍ରଫି ଜିତି ଘରକୁ ଆଣୁଥିବା ଆମ କ୍ରିକେଟ ଦଳ ପାଇଁ ଗର୍ବିତ। ପୂରା ଟୁର୍ନାମେଣ୍ଟରେ ଚମତ୍କାର ଖେଳିଥିବାରୁ ଓ ଜବରଦସ୍ତ ପ୍ରଦର୍ଶନ କରିଥିବାରୁ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ପିଏମ ମୋଦି ।

    Maximum 500 characters

    ଖେଳ ଖବର View all

    Find Us on Facebook