Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଜଷ୍ଟିସ ସଞ୍ଜୀବ ଖାନ୍ନା ଦେଶର ପ୍ରଧାନ ବିଚାରପତି

    Share on :
    ajab-Image
    Date: Oct 25, 2024    Views: 5867

    ନୂଆଦିଲ୍ଲୀ: ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ପାଇଛନ୍ତି ଜଷ୍ଟିସ ସଞ୍ଜୀବ ଖାନ୍ନା। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଏହି ପଦରେ ନିଯୁକ୍ତ କରିଛନ୍ତି। ବର୍ତ୍ତମାନ ପ୍ରଧାନ ବିଚାରପତି ଭାବେ କାର୍ୟ୍ୟ କରୁଥିବା ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ତାଙ୍କ ଉତ୍ତରାଧିକାରୀ ଭାବେ ବରିଷ୍ଠତା ଦୃଷ୍ଟିରୁ ଜଷ୍ଟିସ ଖାନ୍ନାଙ୍କ ନାଁ ସୁପାରିସ କରିଥିଲେ। ଏହା ଉପରେ ଆଜି ମୋହର ବାଜିଛି। ଆସନ୍ତା ୧୧ ତାରିଖରେ ଜଷ୍ଟିସ ଖାନ୍ନା ପ୍ରଧାନ ବିଚାରପତି ଭାବେ ଶପଥ ନେବେ

    ଆଜି ସମ୍ପର୍କରେ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏକ୍ସ ମାଧ୍ୟମରେ ସୂଚନା ଦେଇଛନ୍ତି। ସମ୍ବିଧାନରେ ପ୍ରଦତ୍ତ କ୍ଷମତାକୁ ବ୍ୟବହାର କରି ରାଷ୍ଟ୍ରପତି ପ୍ରଧାନ ବିଚାରପତିଙ୍କ ସହ ଆଲୋଚନା କରି ସୁପ୍ରିମକୋର୍ଟର ବିଚାରପତି ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ପରବର୍ତ୍ତୀ ସିଜେଆଇ ଭାବେ ନିଯୁକ୍ତି ଦେଇଛନ୍ତି। ତାଙ୍କ କାର୍ୟ୍ୟକାଳ ନଭେମ୍ବର ୧୧ରୁ ଆରମ୍ଭ ହେବ ବୋଲି ଶ୍ରୀ ମେଘୱାଲ ଏକ୍ସରେ ଉଲ୍ଲେଖ କରିଛନ୍ତି।

    Maximum 500 characters

    ଦେଶ ବିଦେଶ View all

    Find Us on Facebook