ମୁଖ୍ୟ ଖବର
ଭୁବନେଶ୍ୱର : ପହଲଗାଓଁରେ ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାଣ ହରାଇଥିବା ବାଲେଶ୍ଵର ଜିଲା ଈଶାଣୀ ଗାଁର ପ୍ରଶାନ୍ତ କୁମାର ଶତପଥୀଙ୍କ ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ଗ୍ରାମରେ ବଡ଼ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା। କାନ୍ଦବୋବାଳିରେ ଗାଁ ଫାଟିପଡ଼ିଥିଲା। ମୁଖ୍ୟମନ୍ତ୍ରୀଙ୍କ ସହିତ ସ୍ଥାନୀୟ ସାଂସଦ ପ୍ରତାପ ଷଡ଼ଙ୍ଗୀ ଏବଂ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ। ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
Comments ସମସ୍ତ ମତାମତ