Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ନୂଆପଡାବାସୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Nov 15, 2025    Views: 3046

    ଭୁବନେଶ୍ୱର: ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ବିଜୟ ପରେ ନୂଆପଡ଼ାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ସାମାଜିକ ଗଣମାଧ୍ୟମରେ ଏକ ପୋଷ୍ଟରେ କହିଛନ୍ତି, ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଅତ୍ୟନ୍ତ ଉଚ୍ଚକୋଟୀର ପ୍ରଦର୍ଶନ ଏବଂ ବିଜୟ ଓଡ଼ିଶାର ରାଜନୈତିକ ଚିତ୍ରପଟ୍ଟରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି । ଏହି ବିଜୟ ଆମ ସରକାରଙ୍କ ନୀତି, ଆଦର୍ଶ ତଥା ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ପ୍ରତି ଜନସାଧାରଣଙ୍କ ସମ୍ପୂର୍ଣ୍ଣ ଆସ୍ଥା ଓ ବିଶ୍ୱାସକୁ ପ୍ରମାଣିତ କରୁଛି । ନୂଆପଡ଼ାବାସୀ ବିରୋଧୀ ଦଳମାନଙ୍କର ଅପପ୍ରଚାର ଓ ମିଥ୍ୟା ପ୍ରତିଶୃତିକୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି ଏବଂ ବିକାଶକୁ ସମର୍ଥନ କରି ଭାରତୀୟ ଜନତା ପାର୍ଟି ସପକ୍ଷରେ ଏକ ସ୍ପଷ୍ଟ ଜନାଦେଶ ଦେଇଛନ୍ତି ।
    ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଏହି ପରିପ୍ରେକ୍ଷୀରେ ମୁଁ ନୂଆପଡ଼ାର ପ୍ରତ୍ୟେକ ଜନସାଧାରଣଙ୍କୁ ଆନ୍ତରିକ କୃତଜ୍ଞତା ଜ୍ଞାପନ କରିବା ସହ ନୂଆପଡ଼ାର ନବନିର୍ବାଚିତ ବିଧାୟକ ଜୟ ଢୋଲକିଆଙ୍କୁ ହାର୍ଦ୍ଧିକ ଅଭିନନ୍ଦନ ଓ ଶୁଭେଛା ଜଣାଉଛି । ଏହା ସହ ଏହି ବିଶାଳ ବିଜୟ ପାଇଁ ମୁଁ ଆମ ଦଳର ରାଜ୍ୟ ସଭାପତି ମନମୋହନ ସାମଲ, ମନ୍ତ୍ରୀ, ସାଂସଦ ଓ ବିଧାୟକଗଣ ତଥା ଦଳର କାର୍ଯ୍ୟକର୍ତ୍ତାମାନଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଉଛି । ଆଜି ଆମ ଦେଶରେ ମୋଦୀଜୀଙ୍କ ନେତୃତ୍ୱ ହେଉଛି ବିକାଶର ଏକମାତ୍ର ପରିଭାଷା । ତାଙ୍କ ଆଦର୍ଶ ଓ ମାର୍ଗଦର୍ଶନରେ ଆମ ସରକାର ଗତ ପ୍ରାୟ ଦେଢ଼ ବର୍ଷ ମଧ୍ୟରେ ଓଡ଼ିଶାବାସୀଙ୍କ କଲ୍ୟାଣ ଏବଂ ରାଜ୍ୟର ବିକାଶ ପାଇଁ ଦିନରାତି କାମ କରି ଚାଲିଛି । ନୂଆପଡ଼ାବାସୀଙ୍କ ସମର୍ଥନ ଆମକୁ ନୂଆ ପ୍ରେରଣା ଓ ଶକ୍ତି ଦେଇଛି । ଆମେ ନୂଆପଡ଼ାର ବିକାଶ ପାଇଁ ସମ୍ପୂର୍ଣ୍ଣ ପ୍ରତିବଦ୍ଧ ଏବଂ ଆପଣମାନଙ୍କ ସହଯୋଗରେ ଆମେ ସମୃଦ୍ଧ ନୂଆପଡ଼ା ଓ ସମୃଦ୍ଧ ଓଡ଼ିଶା ଗଠନରେ ନିଶ୍ଚୟ ସଫଳ ହେବା ।

    Maximum 500 characters

    ରାଜନୀତି View all

    Find Us on Facebook