Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ମୋହନ ସରକାର

    Share on :
    ajab-Image
    Date: Feb 5, 2026    Views: 3019

    ଭୁବନେଶ୍ୱର: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ମୋହନ ସରକାର । ମୋଟ୍ ୧୧ ଜିଲାର ୨୪ଟି ସ୍ଥାନର ଇଂରାଜୀ ନାମ ମଧ୍ୟ ସଂଶୋଧନ କରାଯିବ । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଧିବଦ୍ଧ ବିଜ୍ଞପ୍ତି । ଏଣିକି ଓଡ଼ିଆ ନାମ ଅନୁସାରେ ରହିବ ଇଂରାଜୀ ସ୍ପେଲିଙ୍ଗ ।

    ଯେପରିକି ଖୋର୍ଦ୍ଧା ଜିଲାକୁ ଓଡ଼ିଆ ନାମ ଅନୁସାରେ ଖୋରଧା ଲେଖାଯିବ, ଦେବଗଡ଼ ଜିଲାକୁ ଆଉ ଇଂରାଜୀରେ ଦେଓଗଡ଼ ଲେଖାଯିବ ନାହିଁ, ସେହପିରି କେନ୍ଦ୍ରାପଡ଼ାକୁ କେନ୍ଦ୍ରାପରା ଓ ନୟାଗଡ଼କୁ ନୟାଗର ଲେଖାଯାଉଛି । ମହାକାଳପଡ଼ାକୁ ଆଉ ମହାକାଳପରା ଲେଖାଯିବ ନାହିଁ ବୋଲି ସରକାର ନିଷ୍ପତି ନେଇଛନ୍ତି । ଆଗାମି ୧୫ ଦିନ ଭିତରେ ଅଭିଯୋଗ କିମ୍ୱା ଆପତ୍ତି ଥିଲେ ଜଣାଇବାକୁ ବିଜ୍ଞପ୍ତିରେ ନିର୍ଦ୍ଦେଶ ଦିଆଯାଇଛି ।

    Maximum 500 characters

    ତାଜା ଖବର View all

    Find Us on Facebook