Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଫେବୃଆରୀ ୯ ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି

    Share on :
    ajab-Image
    Date: Feb 6, 2026    Views: 2675

    ଭୁବନେଶ୍ୱର : ଆସନ୍ତା ସୋମବାର ଫେବୃୟାରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ସେଦିନ ପୂର୍ବାହ୍ନ ୧୦ ଘଟିକାରୁ ଭୁବନେଶ୍ୱର ୟୁନିଟ-୨, ଅଶୋକ ନଗର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦେଇଛନ୍ତି ।

    ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବୃଆରୀ ୬ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ । ଏଥି ନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook