ମୁଖ୍ୟ ଖବର
ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ଦେହାନ୍ତ ଖବରରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସାମାଜିକ ଗଣମାଧ୍ୟମ ‘ଏକ୍ସ’ ମାଧ୍ୟମରେ ଦୁଃଖ ଜଣାଇଲେ ମୁଖ୍ୟମନ୍ତ୍ରୀ।
ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ଦେହାନ୍ତ ଖବରରେ ଦୁଃଖ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ ପୋଷ୍ଟ ମଧ୍ୟରେ ଶୋକ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସେ ପୋଷ୍ଟରେ ଲେଖିଛନ୍ତି, ବିଶିଷ୍ଟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ତାଙ୍କର ବିୟୋଗ ଓଡ଼ିଶାର ସଙ୍ଗୀତ ଓ ସଂସ୍କୃତି ପାଇଁ ଏକ ଅପୂରଣୀୟ କ୍ଷତି। ଏହି ଦୁଃଖଦ ସମୟରେ ମୁଁ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ସଦଗତି ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ଲେଖି ଶୋକ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।
Comments ସମସ୍ତ ମତାମତ