Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଏସସିବି ଅଗ୍ନିକାଣ୍ଡ;୪ ନିଲମ୍ବିତ

    Share on :
    ajab-Image
    Date: Mar 19, 2026    Views: 2569

     କଟକ ବଡ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ବଡ କାର୍ୟ୍ୟାନୁଷ୍ଠାନ ନେଇଛନ୍ତି ରାଜ୍ୟ ସରକାର। ଘଟଣାରେ ୪ଜଣଙ୍କୁ ନିଲମ୍ବନ କରାଯାଇଛି।କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣା ସାରା ରାଜ୍ୟରେ ସରକାରଙ୍କ ପାରିବ ପଣିଆ ଉପରେ ପ୍ରଶ୍ନ ଉଠାଇଥିଲା। ଆଜି ସରକାର ଏହା ଉପରେ ଏକ ବଡ଼ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଘଟଣାରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ବଡ଼ ୪ଜଣଙ୍କୁ ନିଲମ୍ବନ କରାଯାଇଛି। ନିଲମ୍ବିତ ଅଧିକାରୀ ମାନେ ହେଲେ କଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ ଜେନା, ଆସିଷ୍ଟାଣ୍ଟ ଫାୟାର ଅଫିସର ସଂଜୀବ ବେହେରା, ଏସସିବି ମେଡିକାଲ ଓ ହସ୍ପିଟାଲର ଷ୍ଟେସନ ଅଫିସର ଅଭିନବ ପୃଷ୍ଟି ଓ ଏସସିବି ସବଡ଼ିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ରଞ୍ଜନ ବିଶ୍ୱାଳ।
    ଗତ ରବିବାର ରାତିରେ ଏସସିବି ମେଡିକାଲ ଟ୍ରମା କେୟାର ଆଇସିୟୁରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଘଟଣା ଘଟିବା ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ଜଣ ରୋଗୀ ଥିଲେ। ଘଟଣାରେ ଏପର୍ୟ୍ୟନ୍ତ ଦଶରୁ ଅଧିକ ରୋଗୀଙ୍କ ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡ ପରେ ଆୟୁସିୟୁରେ ସାଂଘାତିକ ସ୍ଥିତି ଉପୁଜିଥିଲା। ଗୁରୁତର ରୋଗୀଙ୍କୁ ନ୍ୟୁ ମେଡିସିନ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା। ଘଟଣା ଘଟିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏସସିବିରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କରିଥିଲେ। ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଆଜି ପୁଣି ନନ ଟ୍ରମା କାଜୁଆଲଟିରେ ନିଆଁ ଲାଗିଥିଲା। ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବାବେଳେ ରୋଗୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନନ ଟ୍ରମା କାଜୁଆଲଟିରେ ଶହେରୁ ଅଧିକ ରୋଗୀ ଚିକିତ୍ସିତ ହେଉଥିଲେ। ଧୂଆଁ ବାହାରିବା କାରଣରୁ ସ୍ମୋକ ଡିଟେକ୍ଟର ଅକ୍ଟିଭ ହୋଇଯାଇଥିଲା। ସଠିକ ସମୟରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଏକ ପ୍ୟାନେଲ ବୋର୍ଡରେ ସର୍ଟସର୍କିଟ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣରେ ରହିଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook