Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    Share on :
    ajab-Image
    Date: Apr 4, 2026    Views: 3006

     

    ଜୟ ଜଗନ୍ନାଥ!

    ପ୍ରିୟ ଭାଇ ଓ ଭଉଣୀମାନେ !

    ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି।  


    ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା ଏବଂ ଗୃହତାଲିକା ପ୍ରସ୍ତୁତି ଆଗାମୀ ଅପ୍ରେଲ୍ ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି । 

    ଏହି କାର୍ଯ୍ୟକ୍ରମରେ, ଏପ୍ରିଲ୍ ୧୬ ତାରିଖରୁ ମେ ୧୫ ତାରିଖ ପର୍ଯ୍ୟନ୍ତ ତାଲିମ ପ୍ରାପ୍ତ ଗଣନାକାରୀ ଓ ସୁପରଭାଇଜର ମାନେ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରିବେ ।


    ଏହା ପୂର୍ବରୁ ଅପ୍ରେଲ୍ ୧ ତାରିଖରୁ ଅପ୍ରେଲ୍ ୧୫ ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ସ୍ଵ-ଗଣନା କାର୍ଯ୍ୟକ୍ରମ ଜାରି ରହିଛି ।


     ଏଥିରେ ସେଲ୍ଫ ଏନୁମରେସନ୍ ପୋର୍ଟାଲ https://se.census.gov.in ମାଧ୍ୟମରେ ଜନସାଧାରଣ ନିଜର ତଥ୍ୟ ନିଜେ ପ୍ରଦାନ କରୁଛନ୍ତି।  

    ଆପଣମାନଙ୍କୁ  ଅନୁରୋଧ, ଆପଣ ଯଦି ଏ ପର୍ଯ୍ୟନ୍ତ ତଥ୍ୟ ଦେଇନାହାନ୍ତି, ତେବେ ଏହି ପୋର୍ଟାଲରେ ନିଜର ତଥ୍ୟ ଦିଅନ୍ତୁ ଏବଂ ଜନ ଗଣନାରେ ସହଯୋଗ କରନ୍ତୁ। ମୁଁ ବି ସେଲ୍ଫ ଏନୁମରେସନ୍ କରିଛି। ଆପଣ ବି କରନ୍ତୁ।


    ଏପ୍ରିଲ ୧୬ ତାରିଖରୁ ତାଲିମପ୍ରାପ୍ତ ଗଣନାକାରୀ ମାନେ ଘର-ଘର ବୁଲି ତଥ୍ୟ ସଂଗ୍ରହ କରିବେ। ଏହି ତଥ୍ୟ ଆମ ରାଜ୍ୟ ତଥା ଦେଶର ଯୋଜନା ପ୍ରଣୟନ ଓ କାର୍ଯ୍ୟାନ୍ଵୟନ ସକାଶେ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।


     ତେଣୁ, ଏହି ତଥ୍ୟ ପ୍ରଦାନ ନିମନ୍ତେ ଆପଣମାନେ ସମସ୍ତେ ସହଯୋଗର ହାତ ବଢାଇ କାର୍ଯ୍ୟକ୍ରମକୁ ସଫଳ କରନ୍ତୁ | ଆମ ସରକାର ଏହି କାର୍ଯ୍ୟକ୍ରମ ପାଇଁ ସମସ୍ତ  ପ୍ରସ୍ତୁତି କରିସାରିଛନ୍ତି।


     ଗଣନାକାରୀ ଆପଣଙ୍କ ଘରକୁ ଯେଉଁ ସମୟରେ ତଥ୍ୟ ସଂଗ୍ରହ କରିବା ପାଇଁ ଯିବେ, ତାଙ୍କୁ ସଠିକ ତଥ୍ୟ ପ୍ରଦାନ କରି, ଆମ ରାଜ୍ୟ ତଥା ଦେଶର ବିକାଶରେ ସହାୟତା କରନ୍ତୁ । 


    ଓଡ଼ିଶା ସରକାରଙ୍କ ପକ୍ଷରୁ ଏହି ଜାତୀୟ କାର୍ଯ୍ୟକ୍ରମର ସଫଳତା ନିମନ୍ତେ ଆପଣମାନଙ୍କ  ଆନ୍ତରିକ ଯୋଗଦାନ ନିମନ୍ତେ ମୁଁ ଅନୁରୋଧ କରୁଛି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook