Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଘରକରଣ

ମୁଖ୍ୟ ଖବର

    ଜନତା ଦରବାର: ଲୋକଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Jul 27, 2026    Views: 2314

    ଭୁବନେଶ୍ୱର: ରାଜଧାନୀରେ ବସିଲା ମୁଖ୍ୟମନ୍ତ୍ରୀ ଜନତା ଦରବାର। ଭୁବନେଶ୍ୱର ସ୍ଥିତ ୟୁନିଟ-୨ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ସମସ୍ୟା ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ଲୋକଙ୍କ ଦୁଃଖ ବୁଝିବା ସହ ସେମାନଙ୍କର ସମସ୍ୟ ଗୁଡ଼ିକର ସମାଧାନ ଦିଗରେ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।
    ସୂଚନା ଅନୁଯାୟୀ, ସୋମବାର ସକାଳେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଖୋଲିଥିଲା। ସେଠରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ସେଠାରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିବା ପରେ ପ୍ରଥମେ ଦିବ୍ୟାଙ୍ଗ, ଭିନ୍ନକ୍ଷମ ଅଭିଯୋଗକାରୀଙ୍କୁ ଭେଟିଥିଲେ। ସେମାନଙ୍କ ଅଭିଯୋଗ ଶୁଣି ତ୍ୱରିତ ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। 

    ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ବିଦ୍ୟାଳୟ ଓ ଗଣଶିକ୍ଷା ଏବଂ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୁଷଣ ଜେନା, ପଞ୍ଚାୟତିରାଜ ଓ ପାନୀୟ ଜଳ ଏବଂ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ,ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

    Maximum 500 characters

    ଘରକରଣ View all

    Find Us on Facebook