Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Aug 10, 2026    Views: 2597

    ଭୁବନେଶ୍ୱର : ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଓଡ଼ିଶା ବିଧାନସଭା ପାର୍ଶ୍ୱରେ ଥିବା ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଶ୍ରଦ୍ଧା ସୁମନ ଅର୍ପଣ କରିବା ସହ ସ୍ଵଭାବ କବିଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

    ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, "ଓଡ଼ିଆ ସାହିତ୍ୟ ଜଗତର ଅମର ସାଧକ ସ୍ୱଭାବ କବି ଗଙ୍ଗାଧର ମେହରଙ୍କ ପବିତ୍ର ଜୟନ୍ତୀ ଅବସରରେ ତାଙ୍କ ପ୍ରତି ମୁଁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ସ୍ୱଭାବ କବି ଗଙ୍ଗାଧର ମେହରଙ୍କ ଦ୍ୱାରା ରଚିତ 'ତପସ୍ୱିନୀ', 'ଇନ୍ଦୁମତୀ' ଆଦି କବିତା ଓଡ଼ିଆ ସାହିତ୍ୟ ଜଗତକୁ ଋଦ୍ଧିମନ୍ତ କରିଛନ୍ତି। ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ। ତାଙ୍କର ପ୍ରକୃତିପ୍ରେମୀ ଓ ମାନବବାଦୀ ସାହିତ୍ୟ ଆଜି ବି ପ୍ରତ୍ୟେକ ଓଡ଼ିଆଙ୍କ ହୃଦୟକୁ ସ୍ପର୍ଶ କରେ। ସ୍ଵଭାବ କବିଙ୍କ ସାହିତ୍ୟ କୃତି ଭବିଷ୍ୟତ ପିଢ଼ି ଓ ଯୁବ ବର୍ଗଙ୍କ ପାଇଁ ମାର୍ଗଦର୍ଶକ", ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

    ଆଜି ସ୍ଵଭାବ କବିଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ସରକାରୀ ଦଳର ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ, ଓଡ଼ିଶା ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ସଂସ୍କୃତି ବିଭାଗର ଶାସନ ସଚିବ ଡ଼. ବିଜୟ କେତନ ଉପାଧ୍ୟାୟ, ଉପ ନିର୍ଦ୍ଦେଶକ ଶ୍ରୀମତୀ ଦେବଯାନୀ ଭୂୟାଁ, ବୁଦ୍ଧିଜୀବୀ, ସମାଜସେବୀ ପ୍ରମୁଖ ଉପସ୍ଥିତ ରହି ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିଚାରଣ କରିଛନ୍ତି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook