Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଅଶୋକ ମହାପାତ୍ରଙ୍କ ଚିକିତ୍ସା ସେବା ସର୍ବଦା ସ୍ମରଣୀୟ ହୋଇ ରହିବ :ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Nov 3, 2026    Views: 3221

    ଭୁବନେଶ୍ୱର: ବିଶିଷ୍ଟ ଚିକିତ୍ସାବିତ୍ ତଥା ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ ମହାପାତ୍ରଙ୍କ ଦେହାନ୍ତ । ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ପ୍ରଫେସର ମହାପାତ୍ର । ବ୍ରେନ୍ ଷ୍ଟ୍ରୋକ୍‌ ପରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଥିଲେ । ବିଶିଷ୍ଟ ନ୍ୟୁରୋସର୍ଜନଙ୍କ ପରଲୋକରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ଶୋକବାର୍ତ୍ତା ଜାରି କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଯେ, ବିଶିଷ୍ଟ ଚିକିତ୍ସାବିତ୍ ତଥା ପଦ୍ମଶ୍ରୀ ପ୍ରଫେସର ଡା. ଅଶୋକ କୁମାର ମହାପାତ୍ରଙ୍କ ବିୟୋଗ ଖବର ଶୁଣି ସେ ଅତ୍ୟନ୍ତ ଦୁଃଖିତ।
    ଦେଶର ଜଣେ ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଚିକିତ୍ସା ବିଜ୍ଞାନ ଜଗତର ଅଗ୍ରଣୀ ବ୍ୟକ୍ତିତ୍ୱ ଭାବେ ସେ ସ୍ୱାସ୍ଥ୍ୟସେବା କ୍ଷେତ୍ରକୁ ସମୃଦ୍ଧ କରିବା ସହ ଓଡ଼ିଶା ଓ ସମଗ୍ର ଦେଶ ପାଇଁ ଗୌରବ ଆଣିଥିଲେ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ସଦ୍‌ଗତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ ।ଡା. ମହାପାତ୍ରଙ୍କ ବିୟୋଗ କେବଳ ଓଡ଼ିଶା ନୁହେଁ, ସମଗ୍ର ଦେଶର ଚିକିତ୍ସା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି । ତାଙ୍କର ଚିକିତ୍ସା ସେବା, ଗବେଷଣା ଓ ମାନବିକ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ । ଏହି ଦୁଃଖଦ ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ଗଭୀର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ସଦ୍‌ଗତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଚରଣରେ ପ୍ରାର୍ଥନା କରୁଛି," ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook