Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଲୋକଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Nov 9, 2026    Views: 2747

    କେନ୍ଦୁଝର: ଦୀପାବଳିରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ ସମୟରେ ଜନଶୁଣାଣି କରି ଜନସାଧାରଣଙ୍କ ବିଭିନ୍ନ ସମସ୍ୟା ଓ ଅଭିଯୋଗ ଶୁଣିଛନ୍ତି । ସର୍କିଟ ହାଉସରେ ଆୟୋଜିତ କାର୍ଯ୍ୟକ୍ରମରେ ଶତାଧିକ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କର ଗୁହାରି ଜଣାଇଥିଲେ । ଆଉ ସିଏମ୍ ମଧ୍ୟ ଧ୍ୟାନ ସହିତ ଲୋକଙ୍କ ସମସ୍ୟାକୁ ବୁଝିବା ସହିତ ଶୀଘ୍ର ସମାଧାନର ପ୍ରତିଶ୍ରୁତି ଦେଇଛନ୍ତି ।

    ମୁଖ୍ୟମନ୍ତ୍ରୀ ଲୋକମାନଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ଶୁଣିବା ସହ ସେଗୁଡ଼ିକର ତୁରନ୍ତ ଏବଂ ସମୟୋଚିତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଗସ୍ତ କାଳରେ ମୁଖ୍ୟମନ୍ତ୍ରୀ ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଜଳସେଚନ ପରି ବିଭିନ୍ନ କ୍ଷେତ୍ରରେ ଅନେକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ ମଧ୍ୟ କରିଛନ୍ତି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook