Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ପ୍ରକାଶ ପାଇଲା କଂଗ୍ରେସ ସଭାପତି ନିର୍ବାଚନ ପାଇଁ ବିଜ୍ଞପ୍ତି

    Share on :
    ajab-Image
    Date: Sep 22, 2022    Views: 4039

    ନୂଆଦିଲ୍ଲୀ: କଂଗ୍ରେସ ସଭାପତି ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଦଳର ବରିଷ୍ଠ ନେତା ମଧୁସୂଦନ ମିସ୍ତ୍ରୀଙ୍କ ଦ୍ବାରା ପରିଚାଳିତ କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ ପ୍ରାଧିକରଣ ପକ୍ଷରୁ ଆଜି ବିଜ୍ଞପ୍ତି ଜାରି ହୋଇଛି । ଏହାସହିତ ଦଳୀୟ ହାଇକମାଣ୍ଡ ଚୟନ ପାଇଁ ପ୍ରକ୍ରିୟା ବିଧିବଦ୍ଧ ଭାବେ ଆରମ୍ଭ ହୋଇଯାଇଛି । ସଭାପତି ପଦ ଲାଗି ଇଚ୍ଛୁକ ପ୍ରାର୍ଥୀ ଆସନ୍ତା ୨୪ ତାରିଖରୁ ୩୦ ତାରିଖ ମଧ୍ୟରେ ନାମାଙ୍କନ ଦାଖଲ କରିପାରିବେ । ଅକ୍ଟୋବର ୮ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରାଯାଇପାରିବ । ଯଦି ଏକାଧିକ ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରନ୍ତି, ତେବେ ଅକ୍ଟୋବର ୧୭ରେ ସଭାପତି ପଦ ପାଇଁ ମତଦାନ ହେବ । ଏହା ପରେ ଅକ୍ଟୋବର ୧୯ରେ ଭୋଟ ଗଣତି ହୋଇ ଫଳାଫଳ ଘୋଷଣା କରାଯିବ ।

    ଦଳୀୟ ହାଇକମାଣ୍ଡ ପାଇଁ କିଏ ନିର୍ବାଚନୀ ମୈଦାନକୁ ଓହ୍ଲାଉଛନ୍ତି ତାହା ନାମାଙ୍କନ ପରେ ସ୍ପଷ୍ଟ ହେବ । କିନ୍ତୁ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବାର ଦିନକ ପୂର୍ବରୁ ଗାନ୍ଧୀ ପରିବାରର ଅନୁଗତ କୁହାଯାଉଥିବା କଂଗ୍ରେସ ନେତା ତଥା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ବରିଷ୍ଠ ନେତା ଶଶି ଥରୁର ନିର୍ବାଚନ ଲଢିବାକୁ ଥିବା ଚର୍ଚ୍ଚା ଜୋର ଧରିଛି । ଶଶୀ ଥରୁର ଦଳର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିବା ପରେ ତାଙ୍କ ପ୍ରାର୍ଥୀତ୍ବକୁ ଗ୍ରୀନ ସିଗନାଲ ମିଳିଥିବା ଚର୍ଚ୍ଚା ହେଉଛି ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook