Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    କଂଗ୍ରେସର ‘ତୁଳସୀ ଯାତ୍ରା’

    Share on :
    ajab-Image
    Date: Nov 11, 2023    Views: 6305

    ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ ଦୁଇ ବିରୋଧୀ ଦଳ ବିଜେପି ଓ କଂଗ୍ରେସ ନିଜ ନିଜ ଢଙ୍ଗରେ ଲୋକଙ୍କ ନିକଟତର ହେବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି । ଶ୍ରୀଜଗନ୍ନାଥ ମନ୍ଦିରର ୪ଦ୍ୱାର ଓ ରତ୍ନଭଣ୍ଡାର ଖୋଲିବା ଦାବିରେ କଂଗ୍ରେସ ଲୋକଙ୍କ ଆସ୍ଥା ଜିଣିବା ନିମନ୍ତେ ତୁଳସୀ ଯାତ୍ରା ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛି । ଏପଟେ ବିଜେପି ମଧ୍ୟ ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୁଦ୍ଧରେ ନଭେମ୍ବର ୧୪ରୁ ୫ଦିନିଆ ଗଣବିକ୍ଷୋଭ କାର୍ୟ୍ୟକ୍ରମ କରିବ ବୋଲି ସୂଚନା ଦେଇଛି । ପ୍ରତ୍ୟେକ ବ୍ଲକ ମୁଖ୍ୟାଳୟ ଆଗରେ ବିଜେପି ଏହି ଜନଆକ୍ରୋଶ ସମାବେଶ କରିବ । କଂଗ୍ରେସ ପ୍ରତ୍ୟେକ ଗାଁକୁ ଯାଇ ଲୋକଙ୍କଠୁ ତୁଳସୀ ସଂଗ୍ରହ କରିବ ବୋଲି ସୂଚନା ଦେଇଛି ।ଶ୍ରୀଜଗନ୍ନାଥ ମନ୍ଦିରର ୪ ଦ୍ୱାର ଖୋଲିବା, ରତ୍ନଭଣ୍ଡାରର ମରାମତି ଓ ରତ୍ନ ଅଳଙ୍କାର ଗଣନା, ଅମୃତମଣୋହୀ ଜମି ଫେରସ୍ତ ଆଣିବା ଆଦି ଦାବିରେ କଂଗ୍ରେସ ‘ତୁଳସୀ ଯାତ୍ରା’ କରିବ । ପ୍ରତ୍ୟେକ ଗାଁ ଓ ପଂଚାୟତରୁ କର୍ମୀମାନେ ତୁଳସୀ ସଂଗ୍ରହ କରିବେ । ଚଳିତ ମାସ ଶେଷ ସୁଦ୍ଧା ରାଜ୍ୟର ସାଧାରଣ ଲୋକ, ଜଗନ୍ନାଥ ପ୍ରେମୀ, ଭକ୍ତ, ଶ୍ରଦ୍ଧାଳୁ, ଯୁବକ ଯୁବତୀ, ଛାତ୍ରଛାତ୍ରୀ, ହବିଷ୍ୟାଳି, ଭକ୍ତ ଓ ବିଭିନ୍ନ ବର୍ଗର ବ୍ୟକ୍ତିମାନଙ୍କଠାରୁ ତୁଳସୀ ସଂଗ୍ରହ କରାଯିବ । ଜିଲ୍ଲା କଂଗ୍ରେସ ସଭାପତିଙ୍କ ତତ୍ୱାବଧାନରେ ନଗର,ବ୍ଲକ ସଭାପତିମାନେ ବୁଥ, ୱାର୍ଡ ଓ ପଂଚାୟତ ସଭାପତିଙ୍କ ଜରିଆରେ ତୁଳସୀ ସଂଗ୍ରହ କରିବେ । ପ୍ରତି ବ୍ଲକ ଓ ନଗର କଂଗ୍ରେସ କମିଟି ପକ୍ଷରୁ ଗୋଟିଏ ଲେଖାଏଁ ଗାଡ଼ିରେ ସଂଗୃହୀତ ତୁଳସୀକୁ ଭୁବନେଶ୍ୱରସ୍ଥିତ ପ୍ରଦେଶ କଂଗ୍ରେସ କାର୍ୟ୍ୟାଳୟକୁ ଅଣାଯିବ । ସାରା ରାଜ୍ୟରୁ ସଂଗୃହୀତ ତୁଳସୀ ସହ ସଜ ତୁଳସୀ ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ନେତୃତ୍ୱରେ ଦଳର କର୍ମୀ ଓ ନେତାମାନେ ଶ୍ରୀକ୍ଷେତ୍ରକୁ ତୁଳସୀ ଯାତ୍ରା କରିବେ । ଆଜି କଂଗ୍ରେସ ଭବନରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ନେତୃବୃନ୍ଦଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook