ମୁଖ୍ୟ ଖବର
ଭୁବନେଶ୍ୱର: ନୂଆପଡ଼ାରେ ଜମୁଛି ନିର୍ବାଚନୀ ପ୍ରଚାର। ଦେଖିବାକୁ ମଳୁଛି ରାଜନୈତିକ ଉଷ୍ମତା । ପ୍ରମୁଖ ରାଜନୈତିକ ଦଳ ନିଜ ନିଜ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ଜୋରଦାର କରିସାରିଲେଣି ତିନି ଦଳର ଷ୍ଟାର ପ୍ରଚାରକଡେରା ପକାଇଛନ୍ତି। ଏହାରି ଭତିରେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡି। ଆସନ୍ତା ୭ ତାରିଖ ଅର୍ଥାତ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ଜୟ ଘାସିରାମଙ୍କ ପାଇଁ ସ୍ଥାନୀୟ ଜନସାଧାରଣଙ୍କ ସମର୍ଥନ ଲୋଡ଼ିଥିଲେ ।ଏନେଇ ସୋସିଆଲ ମିଡିଆରେ ସୂଚନା ଦେଲେ କଂଗ୍ରେସ ପିସିସି ସଭାପତି ଭକ୍ତ ଚରଣ ଦାସ।
ଏ ନେଇ ସୂଚନା ଦେଇ ସୋସିଆଲ ମିଡିଆ ପୋଷ୍ଟରେ ଭକ୍ତ ଲେଖିଛନ୍ତି, ଆସନ୍ତା ୭ ତାରିଖ ଦିନ ନୂଆପଡ଼ା ଗସ୍ତରେ ଆସୁଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ । ଏହି ଅବସରରେ ନୂଆପଡ଼ା ସାଲେଭଟା ଠାରେ ଆୟୋଜିତ ହେବାକୁ ଥିବା ସମାବେଶ ସ୍ଥଳ ପରିଦର୍ଶନ କରି ସମସ୍ତ ବିଷୟର ସମୀକ୍ଷା କରିଥିଲେ । ଏହି ସମୟରେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ, ବିଧାୟକ ଅଶୋକ ଦାସ, ପୂର୍ବତନ ଆଇଏଏସ ତଥା କଂଗ୍ରେସର ଜାତୀୟ ମୁଖପାତ୍ର ଅମିତ ହୁସେନ ଏବଂ ଆଲୋକ ବାବୁ ପ୍ରମୁଖ ଉପସ୍ଥିତ ଥିଲେ ।
ଉଲ୍ଲେଖଯୋଗ୍ୟ ଯେ, ଆସନ୍ତା ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଉପନିର୍ବାଚନ ଫଳାଫଳ ନଭେମ୍ବର ୧୪ ତାରିଖରେ ପ୍ରକାଶ ପାଇବ । ବିଜେଡିର ଦିବଂଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହେଉଛି । ଉପନିର୍ବାଚନ ପାଇଁ ବିଜେପି ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି । ସେହିଭଳି ବିଜେଡି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରି ମୈଦାନରେ ଓହ୍ଲାଇଛି ।
Comments ସମସ୍ତ ମତାମତ