Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ରାଜ୍ୟରେ ୩ ସଂକ୍ରମିତ ମୃତ

    Share on :
    ajab-Image
    Date: Nov 24, 2021    Views: 2936

    ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୨୮୮ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୯ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

    ତେବେ ଆଜି ୨ ଜିଲ୍ଲାରୁ ୩ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ଜଗତସିଂହପୁର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣଙ୍କ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । 

    ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୭୬୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୨୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୭୦୦୧ ଜଣ ସୁସ୍ଥ ହୋଇଛନ୍ତି । 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook