Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    କରୋନା ଟେଷ୍ଟିଂକୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟ ନିଦେ୍ର୍ଧଶକ

    Share on :
    ajab-Image
    Date: Jan 15, 2022    Views: 3109


    ଭୁବନେଶ୍ୱର: କରୋନା ସଂକ୍ରମଣ ହୁ ହୁ ହୋଇ ବଢୁଥିବାବେଳେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ଯୋଗୁଁ ଲୋକଙ୍କ ମନରେ ଛନାକା ପଶିଛି । ଗତକାଲି କେନ୍ଦ୍ର ନୂଆ ଗାଇଡଲାଇନ ଜାରି କରିଥିଲା । ଏହାକୁ ନେଇ ଜନସ୍ୱାସ୍ଥ୍ୟ ନିଦେ୍ର୍ଧଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି  ।
    ସେ କହିଛନ୍ତି ଲକ୍ଷଣ ନ ଥିଲେ କରନ୍ତୁ ନାହିଁ କୋଭିଡ୍ ଟେଷ୍ଟିଂ । ପଜିଟିଭ୍ ସଂସ୍ପର୍ଶରେ ଆସିଥିଲେ ମଧ୍ୟ ଲକ୍ଷଣ ନାହିଁ ତ ଟେଷ୍ଟିଂ ଦରକାର ନାହିଁ । ଏନେଇ ଜିଲ୍ଲାଗୁଡିକୁ ଜଣାଇଛି ସ୍ୱାସ୍ଥ୍ୟ ବିଭାଗ  ।

    ଏହା ସହିତ ସେ ଆହୁରି ମଧ୍ୟ କହିଛନ୍ତି ଆଜି ସୁଦ୍ଧା ୬୧ ହଜାର ପଜିଟିଭ୍ ଥିବା ବେଳେ ମାତ୍ର ୧୧୦୦ ଡାକ୍ତରଖାନାରେ ଅଛନ୍ତି  । ୨ ପ୍ରତିଶତରୁ କମ୍ ସଂକ୍ରମିତ ହସପିଟାଲରେ ଅଛନ୍ତି । ଆଇସିୟୁରେ ପ୍ରାୟ ୩୦୦ ଲୋକ ଅଛନ୍ତି  । ଗାଇଡଲାଇନ ଅନୁସାରେ ବୃଦ୍ଧ ବ୍ୟକ୍ତି ବି ଲକ୍ଷଣ କମ୍ ଥିଲେ ଆଇସୋଲେସନରେ ରହିବା ଭଲ । ଏହା ସହ ଅନାବଶ୍ୟକ ମେଡିସିନ୍ ବ୍ୟବହାର କରିବାକୁ ମଧ୍ୟ ନିରଞ୍ଜନ ମିଶ୍ର ସତର୍କ କରାଇଛନ୍ତି  । ଭାଇରାଲ ଫ୍ଲୁ ପାଇଁ ଆଣ୍ଟିବାଓଟିକ୍ ଆବଶ୍ୟକ ନାହିଁ  । ଏଣୁ ଅଯଥା ମେଡିସିନ୍ ବ୍ୟବହାର ଦରକାର ନାହିଁ ବୋଲି ସ୍ୱାସ୍ଥ୍ୟ ବିଭାଗ ବାରମ୍ବାର କହିଛି ବୋଲି ସ୍ୱାସ୍ଥ୍ୟ ନିଦେ୍ର୍ଧଶକ କହିଛନ୍ତି ।

    Maximum 500 characters

    ତାଜା ଖବର View all

    Find Us on Facebook