ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତକାଲି ରାଜ୍ୟରେ ୭ହଜାର ଉପରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରେ ୫ହଜାର ୮୯୧କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୪୧୩ଜଣ ରହିଥିବାବେଳେ ୨୪୭୮ସ୍ଥାନୀୟ ସଂକ୍ରମଣ ରହିଛି ।
ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୮୫୨ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି । ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୧୭ହଜାର ୮୪୨କୁ ବୃଦ୍ଧି ପାଇଛି ।
Comments ସମସ୍ତ ମତାମତ