Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ରାଜ୍ୟରେ ପିକ୍ ଅତିକ୍ରମ କରି ସାରିଛି କରୋନା

    Share on :
    ajab-Image
    Date: Jan 27, 2022    Views: 4442

    ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା ସଂକ୍ରମଣ । କିଛି ଦିନ ସଂକ୍ରମଣ ସଂଖ୍ୟା ୧୦ ହଜାର ଉପରେ ରହିବା ପରେ ଏବେ ତଳମୁହାଁ ହେବାରେ ଲାଗିଛି କରୋନା ସଂକ୍ରମଣ । ରାଜ୍ୟ କରୋନା ସଂକ୍ରମଣକୁ ନେଇ ପ୍ରତିକ୍ରିୟା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି କି ରାଜ୍ୟରେ କରୋନା ସଂକ୍ରମଣ ପିକ୍‌ ଛୁଇଁ ସାରିଛି । ଦୈନିକ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଉଛି । ରାଜ୍ୟରେ ଆକ୍ଟିଭ କେସ୍‌ ମଧ୍ୟ ତଳମୁହାଁ ରହିଛି । କିନ୍ତୁ ବେସ୍ ଲାଇନ ଆସିବା ଦରକାର । ବର୍ତ୍ତମାନ ରାଜ୍ୟରେ ପ୍ରତ୍ୟେକ ଦିନ ୫ରୁ ୬ ହଜାର କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଟ୍ରାନ୍ସମିଶନ ବହୁତ ଅଧିକ ରହିଛି । ଏବେ ବି ସତର୍କତା ଅବଲମ୍ବନ କରିବାକୁ ପଡ଼ିବ ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ।

     ସୂଚନା ଅନୁସାରେ ୨୪ ଘଣ୍ଟାରେ ରାଜ୍ୟରେ ୫ ହଜାର ୯୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩ ହଜାର ୪୧୯ ଜଣ ଚିହ୍ନଟ ହୋଇଥିବାବେଳେ ୨ ହଜାର ୪୮୨ ଜଣ ଲୋକାଲ କେସ୍ ଚିହ୍ନଟ ହୋଇଛନ୍ତି । ୦ରୁ ୧୮ ବର୍ଷ ମଧ୍ୟରେ ରାଜ୍ୟରେ ୭୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଭାବରେ ରାଜ୍ୟରେ ୨୪ ଘଣ୍ଟାରେ ୧୦ ହଜାର ୦୭୮ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

    Maximum 500 characters

    ତାଜା ଖବର View all

    Find Us on Facebook