Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ମୃତୁ୍ୟ ସଂଖ୍ୟାରେ ଲାଗୁନି ବ୍ରେକ୍, ଆଜି ରାଜ୍ୟରେ ୧୦ମୁଣ୍ଡ ନେଲା କରୋନା, ଜାଣନ୍ତୁ କେଉଁ ଜିଲ୍ଲାର

    Share on :
    ajab-Image
    Date: Jan 28, 2022    Views: 2712


    ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କାରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନର ଦ୍ରୁତ ସଂକ୍ରମଣ ହେତୁ ରାଜ୍ୟବାସୀଙ୍କ ମନରେ ଛନକା ପଶିଛି । ଆଜି ରାଜ୍ୟରେ ୫ହଜାର ୫୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୧୦ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି । 
    ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବାବେଳେ ପୁରୀ ଜିଲ୍ଲାରୁ ଜଣେ, ରାୟଗଡା ଜିଲ୍ଲରୁ ଜଣେ, ମୟୂରଭଜ ଜିଲ୍ଲାରୁ  ଜଣେ ରହିଛନ୍ତି । ସେହିପରି ଯାଜପୁର, ଜଗତସିଂହପୁର, କଟକ, ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାରୁ  ଜଣେ ଲେଖାଏ ରହିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

    ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୫୬୦କୁ ବୃଦ୍ଧି ପାଇଛି । ଆଜି କରୋନାରୁ ସୁସ୍ଥ ହୋଇଛନ୍ତିି ୧୧ହଜାର ୧୫୭ଜଣ । ଏହାକୁ ମିଶାଇ ଏବେ ସୁଦ୍ଧା ୧୧ଲକ୍ଷ ୬୩ହଜାର ୩୯୬ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେବି ୬୪ହଜାର ୨୧୭ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

    ଗତ ୨୪ଘଣ୍ଟାରେ  ୫ହଜାର ୫୭କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୯୩୨ଜଣ ରହିଥିବାବେଳେ ୨୧୨୫ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୬୬୭ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି । 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook