Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଦେଶରେ ୨୮୪୧ କରୋନା ପଜିଟିଭ୍

    Share on :
    ajab-Image
    Date: May 13, 2022    Views: 3939

    ନୂଆଦିଲ୍ଲୀ: ଉପର ତଳ କରୋନା ଗ୍ରାଫ୍। ଦେଶରେ   ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି।

    ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୮୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

    ସେହିପରି ୧୮୬୦୪ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୭୩ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୪୧୯୦ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook