Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଦେଶରେ ଦିନକରେ ୨,୮୫୮ ପଜିଟିଭ ଚିହ୍ନଟ

    Share on :
    ajab-Image
    Date: May 14, 2022    Views: 3047

    ନୂଆଦିଲ୍ଲୀ: ଦେଶରେ କମିଛି କୋରୋନା ଭୟ । କିଛି ଦିନ ହେଲାଣି ୩ ହଜାର ତଳେ ରହୁଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ମାତ୍ର ୨,୮୫୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଓ ସଂକ୍ରମିତଙ୍କ ସହ ଶନିବାର ମୃତ୍ୟୁସଂଖ୍ୟା ମଧ୍ୟ ଖୁବ୍ କମ୍ ରହିଛି । ଦିନକରେ କେବଳ ୧୧ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ ୩,୩୫୫ ଜଣ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ମିଳିଛି ।
    ମନ୍ତ୍ରଣାଳୟ ଅନୁଯାୟୀ, ସଂକ୍ରମଣ କମିବା ପରେ କିଛି ଦିନ ହେଲା ସକ୍ରିୟ ମାମଲା ୨୦ ହଜାର ତଳେ ରହିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ଦେଶରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୮,୦୯୬ରେ ପହଞ୍ଚିଛି । ବର୍ତ୍ତମାନ ଦୈନିକ ପଜିଟିଭ ହାର ୦.୫୯% ପ୍ରତିଶତ ରହିଛି । ଏଯାବତ୍ ସମୁଦାୟ ୪,୨୫,୭୬,୮୧୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ ୫,୨୪,୨୦୧ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୯୦ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୫,୦୪,୭୩୪ ଡୋଜ୍ ଦିଆଯାଇଛି ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook