Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଦେଶରେ ଦିନକରେ ୨୩୨୩ ନୂଆ ସଂକ୍ରମିତ, ୨୫ ମୃତ

    Share on :
    ajab-Image
    Date: May 21, 2022    Views: 3997

    ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣାଧୀନ ରହିଛି ମହାମାରୀ । ଦିନେ ସଂକ୍ରମଣ କମିଲେ ଆଉ ଦିନେ ବଢୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୩୨୩ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି  । ସଂକ୍ରମଣ କମିଥିଲେ ହେଁ ଆଜି କୋରୋନା ଜନିତ ମୃତ୍ୟୁସଂଖ୍ୟା ପୂର୍ବଦିନ ଅପେକ୍ଷା ଅଧିକ ରହିଛି । ଦିନକରେ ୨୫ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ । ସେହିପରି ୨,୩୪୬ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

    ମନ୍ତ୍ରଣାଳୟ ଅନୁଯାୟୀ, ଭାରତରେ ସକ୍ରିୟ ମାମଲା ଏବେ ୧୫ ହଜାର ତଳକୁ ଖସିଛି । ଆଜିର ନୂତନ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା୧୪,୯୯୬ ରହିଛି । ଏହି କ୍ରମରେ ବର୍ତ୍ତମାନ ଦୈନିକ ପଜିଟିଭ ହାର ୦.୪୭% ରହିଛି । ଏଯାବତ୍ ସମୁଦାୟ ୪,୨୫,୯୨,୪୫୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ ୫,୨୪,୩୪୮ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୯୨ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୫,୩୨,୩୮୩ ଡୋଜ୍ ଦିଆଯାଇଛି ।

    Maximum 500 characters

    ତାଜା ଖବର View all

    Find Us on Facebook