Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଦେଶରେ ୯,୯୨୩ ଜଣ ନୂଆ ସଂକ୍ରମିତ ଚିହ୍ନଟ

    Share on :
    ajab-Image
    Date: Jun 21, 2022    Views: 4468

    ନୂଆଦିଲ୍ଲୀ: ଦେଶରେ କମିଲା ଦୈନିକ ସଂକ୍ରମଣ । ଗତ କିଛି ଦିନର ବ୍ୟବଧାନ ପରେ ୧୦ ହଜାର ତଳକୁ ଖସିଲା ପଜିଟିଭ ମାମଲା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୯,୯୨୩ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି  । ଯାହାକି ଗତକାଲି(୧୨,୭୮୧) ତୁଳନାରେ କମ୍ । ଆଜି ସଂକ୍ରମଣ କମିବା ସହ ମୃତ୍ୟୁସଂଖ୍ୟା ମଧ୍ୟ ସାମାନ୍ୟ ହ୍ରାସ ପାଇଛି । ଦିନକରେ ୧୭ ଜଣଙ୍କର ମୁଣ୍ତ ନେଇଛି ମହାମାରୀ । ଏହାସହ ୭,୨୯୩ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

    ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ୭୦ ହଜାର ଉପରେ ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୭୯,୩୧୩କୁ ବୃଦ୍ଧି ପାଇଛି । ବର୍ତ୍ତମାନ ଦେଶରେ ଦୈନିକ ପଜିଟିଭ ହାର ୨.୫୫%କୁ ହ୍ରାସ ପାଇଛି । ଏଯାବତ୍ ୪,୨୭,୧୫,୧୯୩ ସଂକ୍ରମଣରୁ ଆରୋଗ୍ୟ ଲାଭ କରିଛନ୍ତି ଓ ସମୁଦାୟ ୫,୨୪,୮୯୦ ଜଣଙ୍କ ମୃତ୍ୟୁ ଘଟିଛି । ଦେଶବ୍ୟାପୀ ସମୁଦାୟ ୧୯୬ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୩,୦୦,୦୨୪ ଜଣଙ୍କୁ ଟିକା ଦିଆଯାଇଛି ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook