Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ରାଜ୍ୟରେ ୩ଶହ ଟପିଲା କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା

    Share on :
    ajab-Image
    Date: Jun 22, 2022    Views: 4186

    ଭୁବନେଶ୍ୱର: ରାଜ୍ୟରେ ୩ଶହ ଟପିଲା ମୋଟ୍‌ କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା । ବର୍ତ୍ତମାନ ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତ ସଂଖ୍ୟ ୩୧୭ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର କରୋନା ମାମଲା ରାଜ୍ୟର ୯ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଥିବା ବେଳେ ୨୧ ଜିଲ୍ଲା କରୋନା ମୁକ୍ତ ରହିଛି ।
    ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୭ ଓ ସ୍ଥାନୀୟ ସଂକ୍ରମିତ ୧୮ଜଣ ରହିଛନ୍ତି । ଚିହ୍ନଟ ୪୫ ସଂକ୍ରମିତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର ୩ଜଣ ଆକ୍ରାନ୍ତ ଥିବା କୁହାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୨, ବାଲେଶ୍ୱରରୁ ୩, ଷ୍ଟେଟପୁଲରୁ ୪, ଢେଙ୍କାନାଳରୁ ୨ ଓ ଯାଜପୁରରୁ ୨ଜଣ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି । ଅନୁଗୁଳ, ମୟୂରଭଞ୍ଜ, ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଅନ୍ୟପଟେ ଗୋଟିଏ ଦିନରେ ରାଜ୍ୟରେ ଆଉ ୨୦ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ହ୍ରାସ ପାଇଥିବାରୁ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook