Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବଢ଼ୁଛି କରୋନା: ରାଜ୍ୟରେ ୭୩ ପଜିଟିଭ୍ ଚିହ୍ନଟ

    Share on :
    ajab-Image
    Date: Jun 23, 2022    Views: 3447

    ଭୁବନେଶ୍ଵର : ରାଜ୍ୟରେ  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୯୫୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୪୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟପୁଲରୁ ୧୦, ନୂଆପଡ଼ା ଓ ପୁରୀରୁ ୬ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୪, ସୁନ୍ଦରଗଡ଼ରୁ ୩, ବଲାଙ୍ଗୀର, କେନ୍ଦ୍ରାପଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । 

    ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୦୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୫୩୫ ଜଣ ସୁସ୍ଥ ହୋଇଛନ୍ତି ।

    Maximum 500 characters

    ତାଜା ଖବର View all

    Find Us on Facebook