Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଦେଶରେ ୨୦,୫୫୧ ଜଣ ନୂଆ ସଂକ୍ରମିତ ଚିହ୍ନଟ

    Share on :
    ajab-Image
    Date: Aug 5, 2022    Views: 4919

    ନୂଆଦିଲ୍ଲୀ: ଦେଶରେ ବଢିଲା କୋରୋନା ସଂକ୍ରମଣ । କିଛି ଦିନର ବ୍ୟବଧାନ ପରେ ପୁଣି ୨୦ ହଜାର ଡେଇଁଲା ଦୈନିକ ପଜିଟିଭ ମାମଲା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୨୦,୫୫୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୭୦ ଜଣଙ୍କ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ଏବଂ ୨୧,୫୯୫ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୪,୪୫,୬୨୪କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

    ଏହାମଧ୍ୟ ପଢନ୍ତୁ: ଦିଲ୍ଲୀରେ ପୁଣି ଦୁଇ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ମୁହାଁ ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୩୫,୩୬୪ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୫.୧୪% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୬୦୦ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୫ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୩୬,୯୫,୮୩୫ ଜଣଙ୍କୁ ଟିକା ଦିଆଯାଇଛି ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook