Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଦେଶରେ ଦିନକରେ ୧୯,୪୦୬ ନୂଆ ସଂକ୍ରମିତ

    Share on :
    ajab-Image
    Date: Aug 6, 2022    Views: 3534

    ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣ ବୃଦ୍ଧି ପାଉଛି । କିଛି ଦିନ ହେଲା ଦୈନିକ ପଜିଟିଭ ମାମଲା ୨୦ ହଜାର ପାଖାପାଖି ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୯,୪୦୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି  । ସେହିପରି ଦିନକରେ ୪୯ ଜଣଙ୍କ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ଏବଂ ୧୯,୯୨୮ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୪,୬୫,୫୫୨କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

    ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ମୁହାଁ ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୩୪,୭୯୩ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୪.୯୬% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୬୪୯ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୫ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୩୨,୭୩,୫୫୧ ଜଣଙ୍କୁ ଟିକା ଦିଆଯାଇଛି ।

    Maximum 500 characters

    ତାଜା ଖବର View all

    Find Us on Facebook