Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଦେଶରେ କୋରୋନା: ଦିନକରେ ୪୧ ମୃତ

    Share on :
    ajab-Image
    Date: Aug 14, 2022    Views: 4258

    ନୂଆଦିଲ୍ଲୀ: ଦେଶରେ କୋରୋନା ସଂକ୍ରମଣରେ ହ୍ରାସ ବୃଦ୍ଧି ଲାଗି ରହିଛି । ଦିନେ ସଂକ୍ରମଣ କମିଲେ ଆଉ ଦିନେ ବଢୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୪,୦୯୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଦିନକରେ ୪୧ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୧୬,୪୫୪ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୬,୦୯,୫୬୬କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

    ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସୁସ୍ଥସଂଖ୍ୟା ବଢିବା ସହ ବର୍ତ୍ତମାନ ସକ୍ରିୟ ମାମଲା ହ୍ରାସ ପାଉଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୧୬,୮୬୧ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୩.୬୯% ରହିଛି । ଏବେ ସୁଦ୍ଧା ସମୁଦାୟ ୫,୨୭,୦୩୭ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୭ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୨୮,୦୧,୪୫୭ ଜଣଙ୍କୁ ଟିକା ଦିଆଯାଇଛି ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook