Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଦେଶରେ ଦିନକରେ ୪୫୧୦ ନୂଆ ସଂକ୍ରମିତ

    Share on :
    ajab-Image
    Date: Sep 21, 2022    Views: 3586

    ନୂଆଦିଲ୍ଲୀ: ଦେଶରେ ନିୟନ୍ତ୍ରଣରେ ରହିଛି ମହାମାରୀ । ଗତ କିଛିଦିନ ହେବ କ୍ରମାଗତ ଭାବେ ହ୍ରାସ ପାଉଛି ସଂକ୍ରମଣ  । ଆଜି ମଧ୍ୟ ଦୈନିକ ସଂକ୍ରମଣ ମାମଲା ୫ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୪,୫୧୦ ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି  । ଗତକାଲି ଏହି ସଂଖ୍ୟା ୪,୦୪୩ ଥିଲା । ଦେଶରେ ସଂକ୍ରମଣ କମୁଥିବା ବେଳେ ସେହି ଅନୁପାତରେ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୪,୬୭୬ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥ ସଂଖ୍ୟା ୪,୩୯,୭୨,୯୮୦ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ  ପକ୍ଷରୁ ସୂଚନା ଦିଆଯାଇଛି ।

    ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଦେଶରେ ସଂକ୍ରମଣ ଅପେକ୍ଷା ଅଧିକ ସୁସ୍ଥ ହେଉଛନ୍ତି । ସୁସ୍ଥ ସଂଖ୍ୟା ବଢିବା ସହ ସକ୍ରିୟ ମାମଲା ହ୍ରାସ ପାଇ ୪୬,୨୧୬ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୧.୩୩%କୁ ବୃଦ୍ଧି ପାଇଛି । ଆଜି ପର୍ୟ୍ୟନ୍ତ ୫,୨୮,୪୦୩ ହଜାର କୋରୋନା ସଂକ୍ରମିତ(ଉକ୍ଟକ୍ସକ୍ଟଦ୍ଭବ ଚକ୍ଟଗ୍ଦସଗ୍ଧସଙ୍ଖର) ପ୍ରାଣ ହରାଇଛନ୍ତି । ଏବେ ସୁଦ୍ଧା ଦେଶରେ ୮୯.୦୯ କୋଟିରୁ ଅଧିକ କୋରୋନା ଟେଷ୍ଟିଂ କରାଯାଇଛି । ଦେଶବ୍ୟାପୀ କୋରୋନା ଟୀକାକରଣ ଅଭିଯାନରେ ଭାରତ ମାଇଲଖୁଣ୍ଟ ଅତିକ୍ରମ କରିଛି ।ସାରା ଦେଶରେ ଆଜି ପର୍ୟ୍ୟନ୍ତ ୨୧୬ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୧୨ ,୨୭,୦୫୪ ଜଣଙ୍କୁ ଟିକା ଦିଆଯାଇଛି । ଏବେ ଲୋକଙ୍କୁ ମାଗଣାରେ ବୁଷ୍ଟର ଡୋଜ ଦିଆଯାଉଛି । ପ୍ରତିଦିନ ଦେଶରେ ୨୦ ଲକ୍ଷରୁ ଅଧିକ ବୁଷ୍ଟର ଡୋଜ ଦିଆଯାଉଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟା ସୂଚନା ଦେଇଛନ୍ତି ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook