Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ରାଜ୍ୟରେ ୨୦୨ କୋଭିଡ୍ ପଜିଟିଭ୍ ଚିହ୍ନଟ

    Share on :
    ajab-Image
    Date: Sep 23, 2022    Views: 3064

    ଭୁବନେଶ୍ଵର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ  ୨୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୫ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୨୭୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

    ୨୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୪୧ ଜଣ, ଖୋର୍ଦ୍ଧାରୁ ୩୧ ଜଣ,ସମ୍ବଲପୁରରୁ ୧୭ ଜଣ, କଟକ ଓ ନବରଙ୍ଗପୁର ଜିଲ୍ଲାରୁ ୧୧ ଜଣ ଲେଖାଁଏ, ବରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ ଲେଖାଁଏ, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୭ ଜଣ ଲେଖାଁଏ, ଯାଜପୁର, କେନ୍ଦ୍ରାପଡ଼ା ଓ ନୂଆପଡ଼ା ଜିଲ୍ଲାରୁ ୬ ଜଣ ଲେଖାଁଏ, ଜଗତସିଂହପୁର ଓ କନ୍ଧମାଳ ଜିଲ୍ଲାରୁ ୫ ଜଣ ଲେଖାଁଏ, ବାଲେଶ୍ବର, ଗଜପତି ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଁଏ, ବଲାଙ୍ଗୀରରୁ ୩ ଜଣ, ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, ଭଦ୍ରକ, ଦେବଗଡ଼ ଓ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୬ ଜଣ ଆକ୍ରାନ୍ତ ରହିଛନ୍ତି।

    ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୨୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୦୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୨୦୯୫ ଜଣ ସୁସ୍ଥ ହୋଇଛନ୍ତି । 

    Maximum 500 characters

    ତାଜା ଖବର View all

    Find Us on Facebook