Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଆଜି ଦେଶରେ ୧୦୯ ନୂଆ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୧

    Share on :
    ajab-Image
    Date: Jan 29, 2023    Views: 3948

    ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦୯ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ୧,୮୪୨ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

    ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୨,୬୩୯ରେ ପହଞ୍ଚିଛି। ଗତ ୨୪ ‌ଘଣ୍ଟାରେ ଗୋଟିଏ ମୃତ୍ୟୁ ରେକର୍ଡ କରାଯିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୪୦ରେ ଅପରିବର୍ତ୍ତିତ ରହିଛି।

    Maximum 500 characters

    ଦେଶ ବିଦେଶ View all

    Find Us on Facebook