ମୁଖ୍ୟ ଖବର
ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୫୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୭,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୩୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫୩୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୮,୪୨୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ୫ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୫୪କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୫୦,୪୦୪।
Comments ସମସ୍ତ ମତାମତ