Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଆଜି ରାଜ୍ୟରେ ୬ ମୁଣ୍ଡ ନେଲା କରୋନା

    Share on :
    ajab-Image
    Date: Oct 14, 2021    Views: 3636

    ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଏହା ସହିତ କରୋନା ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଳକ୍ଷିତ ହେଉଛି । ଆଜି ରାଜ୍ୟରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି  । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ହଜାର ୨୭୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ଜଣ ଓ କଟକ, ଭଦ୍ରକ ଓ ଯାଜପୁରରୁ  ଜଣେ ଲେଖାଏଁ ରହିଛନ୍ତି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହା ସହିତ ଆଜି କରୋନାରୁ ସୁସ୍ଥ ହୋଇଛନ୍ତି ୪୦୪ ଜଣ । ଏହାକୁ ମିଶାଇ ରାଜ୍ୟ ମୋଟ କରୋନା ସୁସ୍ଥକଙ୍କ ସଂଖ୍ୟା ୧୦ଲକ୍ଷ ୨୦ହଜାର ୧୬୮କୁ ବୃଦ୍ଧି ପାଇଛି ।

    ଗତ ୨୪ଘଣ୍ଟାରେ ରାଜ୍ୟରେ ୫୨୧ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୦୪ ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୨୧୭ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୬୫ଜଣ ରହିଛନ୍ତି ।  ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୩ହଜାର ୮୦୯କୁ ବୃଦ୍ଧି ପାଇଛି । ଏହା ସହିିତ ବର୍ତ୍ତମାନ ରାଜ୍ୟରେ ଅକ୍ଟିଭ କେସ୍ ରହିଛି ୫ହଜାର ୩୧୪ । 

    Maximum 500 characters

    ତାଜା ଖବର View all

    Find Us on Facebook