Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଭୀଷଣ ବାତ୍ୟାର ରୂପ ନେଲା ‘ଅକଭାନ’

    Share on :
    ajab-Image
    Date: Nov 18, 2026    Views: 2537

    ଭୁବନେଶ୍ୱର: ଭୀଷଣ ବାତ୍ୟାର ରୂପ ନେଲା ସାମୁଦ୍ରିକ ଝଡ଼ ‘ଅକଭାନନ’। ବୁଧବାର ସକାଳ ୫ଟା ୩୦ ମିନିଟ୍‌ର ପର୍ୟ୍ୟବେକ୍ଷଣ ଅନୁଯାୟୀ, ଏହା ଭୀଷଣ ବାତ୍ୟାରେ ପରିଣତ ହୋଇଛି।ପ୍ରଥମେ କୁହାଯାଉଥିଲା ଆନ୍ଧ୍ରପ୍ରଦେଶର ନେଲୋର-ଟୁନି ମଧ୍ୟରେ ବାତ୍ୟା ସ୍ଥଳଭାଗ ଅତିକ୍ରମ କରିବ ।  ପରେ ଗତକାଲି ସମ୍ଭାବ୍ୟ ଗତିପଥରେ ପରିବର୍ତ୍ତନ ଆସିଥିଲା । ତାହା ହେଲା ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ନେଲୋର-ବିଶାଖାପାଟଣା ମଧ୍ୟରେ ଅକଭାନ ସ୍ଥଳଭାଗ ଅତି୍ରକମ କରିବ । ଏହା ଗତକାଲି ଆଇଏମଡି ପକ୍ଷରୁ ଆକଳନ କରାଯାଇଥିଲା । ତେବେ ଏବେ ପୁଣି ବାତ୍ୟା ତାର ଗତିପଥ ବଦଳାଇବାକୁ ଯାଉଛି । ସଦ୍ୟତମ ସୂଚନା ଅନୁସାରେ ବାତ୍ୟା ଅକଭାବ ନରାସାପୁର ଓ ପୁରୀ ମଧ୍ୟରେ ଲ୍ୟାଣ୍ଡଫଲ କରିପାରେ । ଉତ୍ତର ଆନ୍ଧ୍ର ଓ ୟେନମ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳକୁ ଆସିବ ।

    ବର୍ତ୍ତମାନ ବାତ୍ୟା ଅକଭାନ ଘଣ୍ଟା ପ୍ରତି ୭କିମି ବେଗରେ ଆଗକୁ ବଢୁଛି । ଏବେ ଗୋପାଳପୁର ଠାରୁ ୭୧୦ କିମି ଓ ପୁରୀ ଠାରୁ ୭୭୦ କିମି ଦୂରରେ ରହିଛି । 
    ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ବୁଧବାରଠାରୁ ୪ଦିନ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ। ଗଜପତି, ଗଞ୍ଜାମ ଓ ପୁରୀ ଜିଲାରେ ପ୍ରବଳ ବର୍ଷା ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାକୁ ଝଡ଼ବର୍ଷା ସହ ୫୦ କି.ମି. ବେଗରେ ପବନ ବହିବା ନେଇ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଗୁରୁବାର ୧୯ ତାରିଖରେ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଗଜପତି, ଗଞ୍ଜାମ, ପୁରୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା, ନୟାଗଡ଼ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ୨୦ ତାରିଖ ପାଇଁ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ଏବଂ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗୀର ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

     

    Maximum 500 characters

    ରାଜ୍ୟ ଖବର View all

    Find Us on Facebook