Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

DURGAPUJA

ମୁଖ୍ୟ ଖବର

    କୁଆଁରୀ ପୂଜା କଣ ?

    Share on :
    ajab-Image
    Date: Oct 13, 2023    Views: 2595

    ତ୍ରେତୟା ଯୁଗରେ ଶ୍ରୀରାମଚନ୍ଦ୍ର ଦେବୀ ଦୁର୍ଗାଙ୍କୁ କୁମାରୀ ରୂପରେ ଦର୍ଶନ କରିଥିଲେ ଏବଂ ପୂଜା କରିଥିଲେ ମଧ୍ୟ ପରବର୍ତ୍ତୀକାଳରେ ଶ୍ରୀଶ୍ରୀ ରାମକୃଷ୍ଣ ଓ ତାଙ୍କର ଶିଷ୍ୟ ବିବେକାନନ୍ଦ ଏହାର ବହୁଳ ପ୍ରଚାର କରିଥିଲେ ଏବଂ ରାଣୀ ରାସମଣୀ ଦେବୀଙ୍କଦ୍ୱାରା କୁମାରୀ ପୂଜାକରାଇ ଏହାର ପ୍ରସାର ମଧ୍ୟ କରିଥିଲେ। କାରଣ କୁମାରୀଙ୍କ ମଧ୍ୟରେ ଭଗବତ୍‌ ସତ୍ତା ଅନୁଭବ କରିଥିଲେ । ଏଣୁ ଦୁର୍ଗାପୂଜାର ନବମୀ ରାତ୍ରିରେ କେତେକ ବ୍ରାହ୍ମଣ ବଂଶୀୟ ସାତରୁ ଆଠ ବର୍ଷର କନ୍ୟାକୁ ପାଦରେ ଅଳତା, ଆଖିରେ କଜ୍ଜଳ ଓ କପାଳରେ ଚନ୍ଦନ ଟିପା ଦେଇ ସୁନ୍ଦର ଭାବରେ ସଜାଇ ନୂତନ ଶାଢ଼ି ପରିଧାନ କରାଇ ବିଭିନ୍ନ ଉପଢ଼ୌକନ ଦେଇ ପୂଜା କରାଯାଏ ।

    ଏହାକୁ ‘କୁଆଁରୀ ଲକ୍ଷ୍ମୀ’ ପୂଜା କୁହାଯାଏ । ଓଡ଼ିଶାର ସବୁ ପୂଜାମଣ୍ଡପରେ ନବମୀ ଦିନ କୁମାରୀ ପୂଜା କରା ନ ଗଲେ ମଧ୍ୟ କଟକ ଜିଲ୍ଲାର ପୁନଙ୍ଗ ଗ୍ରାମର ଘୋଷଘର ପୂଜାମଣ୍ଡପରେ ଆବାହମାନକାଳରୁ କୁମାରୀ ପୂଜା ହୋଇଆସୁଛି । କଥିତ ଅଛି, ଯେଉଁମାନେ ଏହି ପୂଜା ଦର୍ଶନ କରନ୍ତି, ସେମାନେ ଚତୁବର୍ଗ ଫଳ ପାଆନ୍ତି । କୁମାରୀ ପୂଜା ହେଉଛି ନାରୀଜାତି ପ୍ରତି ସମ୍ମାନ ପ୍ରଦର୍ଶନର ଏକ ପ୍ରକ୍ରିୟା ମାତ୍ର ।

    Maximum 500 characters

    DURGAPUJA View all

    Find Us on Facebook