Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଜଙ୍ଗଲରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

    Share on :
    ajab-Image
    Date: Oct 23, 2026    Views: 3952

    ଉମରକୋଟ: ନବରଙ୍ଗପୁରଜିଲ୍ଲା ଉମରକୋଟ ବ୍ଲକ ଚିକଲପଦର ନିକଟରେ ଥିବା କେନାଲ ପାର୍ଶ୍ୱ ସଂରକ୍ଷିତ ଜଙ୍ଗଲରୁ ଜଣେଅଜଣାମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି।ତାଙ୍କର ବୟସ ୪୦ରୁ ୪୫ ଵୋଲି ଅନୁମାନ କରାଯାଉଛି। ସକାଳୁ କିଛି ଗ୍ରାମବାସୀ ଶୌଚ ପାଇଁ ଯାଇଥିବା ବେଳେ ମହିଳାଙ୍କ ମୃତଦେହ ଦେଖି ପୁଲିସ କୁ ଖବର ଦେଇଥିଲେ। ମହିଳାଙ୍କ ମୃତଦେହ କ୍ଷତବିକ୍ଷତ ହେବା ସହ ଉଲଗ୍ନ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିବା ପରେ ଘଟଣାକୁ ନେଇ ବିଭିନ୍ନ ପ୍ରକାରର ସନ୍ଦେହ ସୃଷ୍ଟି ହୋଇଛି। ଘଟଣାସ୍ଥଳରେ ମହିଳାଙ୍କ ଜୋତା ସହ କିଛି ପୋଷାକ ପଡ଼ିଥିବା ଦେଖିବାକୁ ମିଳିଛି। ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ନେଇ ସନ୍ଦେହ ପ୍ରକାଶ ପାଉଛି।
    ଖବର ପାଇ ଘଟଣାସ୍ଥଳରେ ଉମରକୋଟ ପୁଲିସ ପହଞ୍ଚି ମୃତଦେହ ନିକଟରେ ପୁଲିସ ମୁତୟନ ରହିଛନ୍ତି ଏବଂ ଘଟଣାର ତଦନ୍ତ ଆରମ୍ଭ କରିଛି ପୁଲିସ। ଏହା ହତ୍ୟାକାଣ୍ଡ ନା ଅନ୍ୟ କୌଣସି କାରଣରୁ ମହିଳାଙ୍କ ମୃତ୍ୟୁ ହୋଇଛି, ତାହା ତଦନ୍ତ ପରେ ସ୍ପଷ୍ଟ ହେବ। ନବରଙ୍ଗପୁରରୁ ସାଇଣ୍ଟିଫିକ ଦଳ ଓ ସନ୍ଧାନୀ କୁକୁର ଆସି ତଦନ୍ତ କରୁଛି। ବର୍ତ୍ତମାନ ସୁଦ୍ଧା ମହିଳାଙ୍କ କୌଣସି ପରିଚୟ ମିଳିନାହିଁ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook