Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ

    Share on :
    ajab-Image
    Date: Jun 12, 2026    Views: 2578

    ଭୁବନେଶ୍ବର : ଦେବାଶିଷ ସାମନ୍ତରାୟ ନିର୍ଦ୍ବନ୍ଦ୍ବରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛିନ୍ତି। ଏକମାତ୍ର ପ୍ରାର୍ଥୀ ଭାବେ ରାଜ୍ୟସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିବାରୁ ସେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ବିଜେପି ପ୍ରାର୍ଥୀ ଭାବେ ସେ ନିର୍ବାଚିତ ହୋଇଛନ୍ତି।

    ସୂଚନାଯୋଗ୍ୟ ଯେ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଦେବାଶିଷ ଇସ୍ତଫା ଦେଇଥିଲେ। ଏହା ପରେ ସେ ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତିଙ୍କୁ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ପତ୍ର ଦେଇଥିଲେ। ପରେ ଦିଲ୍ଲୀରେ ସେ ବିଜେପିରେ ଯୋଗ ଦେଇଥିଲେ। ରାଜ୍ୟସଭା ପଦରୁ ଇସ୍ତଫା ଦେବା ପରେ ଏହି ଆସନ ଖାଲି ପଡିଥିଲା। ପାର୍ଟି ତାର ପୁରୁଣା ଫର୍ମୁଲା ଅନୁସାରେ ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ଦେବାଶିଷଙ୍କୁ ପୁଣି ଥରେ ଏହି ଆସନରେ ପ୍ରାର୍ଥୀ କରିଥିଲା। ତେବେ ଅନ୍ୟ କେହି ପ୍ରାର୍ଥୀପତ୍ର ଦାଖଲ କରି ନ ଥିବାରୁ ଦେବାଶିଷ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି।

    Maximum 500 characters

    ରାଜନୀତି View all

    Find Us on Facebook