Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ସୁପ୍ରିମକୋର୍ଟ​‌ରେ ଡିଜିପି ନିଯୁକ୍ତି ମାମଲା : ପକ୍ଷ ରଖିଲେ ଓଡିଶା ସରକାର

    Share on :
    ajab-Image
    Date: Aug 18, 2026    Views: 2803

    ଭୁବନେଶ୍ବର:  ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ମଙ୍ଗଳବାର ଶୁଣାଣି ହୋଇଥିଲା।  ଏଥିରେ  ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।ଓଡିଶାରେ ଡିଜିପି ଚୟନକୁ ନେଇ ଆପତ୍ତି ଉଠାଇ ସୁପ୍ରିମକୋର୍ଟରେ ଏକ  ଜନସ୍ୱାର୍ଥ ମାମଲା ଦାଏର ହୋଇଥିଲା ।  ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପି. ଚିଦାମ୍ବରମ୍ ସର୍ବୋଚ୍ଚ କୋର୍ଟରେ ଅଭିଯୋଗ କରିଛନ୍ତି ଯେ, ରାଜ୍ୟ ସରକାର କେନ୍ଦ୍ରୀୟ ଲୋକସେବା ଆୟୋଗ ନିକଟକୁ ପଠାଯାଇଥିବା ଅଧିକାରୀଙ୍କ ପ୍ୟାନେଲକୁ ପ୍ରତ୍ୟାହାର କରି ଏବେ ଏକ ସାନି ତାଲିକା ପ୍ରସ୍ତୁତ କରୁଛନ୍ତି। ସେ ଆହୁରି କହିଥିଲେ ଯେ, ରାଜ୍ୟ ସରକାର ଦୁଇଜଣ ADG ରାଙ୍କର ପୋଲିସ୍ ଅଧିକାରୀଙ୍କୁ ପଦୋନ୍ନତି ଦେଇ ତାଙ୍କ ନାଁ ୟୁପିଏସସି ନିକଟକୁ ପଠାଯିବାକୁ ଥିବା ନୂଆ ପ୍ୟାନେଲରେ ଅନ୍ତର୍ଭୁକ୍ତ କରିବାକୁ ଚେଷ୍ଟା କରୁଛନ୍ତି। ଆବେଦନକାରୀ ଓ ରାଜ୍ୟ ସରକାରଙ୍କ ପକ୍ଷ ଶୁଣିବା ପରେ ଖଣ୍ଡପୀଠ ଆମିକସ୍ କ୍ୟୁରୀଙ୍କ ମତ ମଧ୍ୟ ନେଇଥିଲେ । ଆମିକସ୍ କ୍ୟୁରୀ ରାଜୁ ରାମଚନ୍ଦ୍ରନ ଚୟନ ପ୍ରକ୍ରିୟାରେ ପ୍ରକାଶ ସିଂହ ରାୟର ଉଲ୍ଲଂଘନ ହୋଇଥିବା ଦର୍ଶାଇଥିଲେ । ତାଙ୍କ ମତକୁ ଆଧାର କରି ଡିଜିପି ଚୟନ ପ୍ରକ୍ରିୟା ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବା ସହ ରାଜ୍ୟ ସରକାରଙ୍କୁ ଅଧିକ ତଥ୍ୟ ଦାଖଲ କରିବାକୁ କହିଥିଲେ। ପରବର୍ତ୍ତି ଶୁଣାଣି ଆସନ୍ତା ୧୮ ତାରିଖରେ ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଥିଲେ। ମଙ୍ଗଳବାର ଶୁଣାଣିରେ ରାଜ୍ୟ ସରକାର  ନିଜ ପକ୍ଷ ରଖିଥିଲେ। 

    ସୂଚନାଯୋଗ୍ୟ ଯେ  ଓ୍ବାଇ. ବି. ଖୁରାନିଆ ଡିଜିପି ପଦରୁ ଅବସର ନେଇଥିବା ସତ୍ତ୍ୱେ  ସୁପ୍ରିମକୋର୍ଟରେ ମାମଲା ଥିବା କାରଣରୁ ଓଡ଼ିଶାରେ  ସ୍ଥାୟୀ ଡିଜିପି ନିଯୁକ୍ତି ହୋଇ ପାରି ନାହାନ୍ତି।  ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ରଙ୍କୁ ଅନ୍ତରୀଣ ଡିଜିପି ଭାବେ ଦାଯିତ୍ୱ ଦିଆଯାଇଛି। 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook