Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ଗଣତନ୍ତ୍ରରେ ପ୍ରତିବାଦ କରିବାର ଅଧିକାର ସମସ୍ତଙ୍କର ଅଛି:ଧର୍ମେନ୍ଦ୍ର

    Share on :
    ajab-Image
    Date: Mar 1, 2023    Views: 3954

    ଭୁବନେଶ୍ୱର:  ଲୋୟର ପିଏମଜିରେ ଖଣ୍ଡଯୁଦ୍ଧକୁ ନେଇ ଉଭୟ ପୋଲିସ ଓ ଶାସକ ଦଳ ଉପରେ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଟ୍ୱିଟ୍ କରି କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଗତକାଲି ବିଜେପି ଯୁବ ମୋର୍ଚ୍ଚାର କାର୍ୟ୍ୟକର୍ତ୍ତାଙ୍କ ଦ୍ୱାରା ରାଜ୍ୟରେ ବିପର୍ୟ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ବିଧାନସଭା ଘେରାଉ କାର୍ୟ୍ୟକ୍ରମ ଥିବା ସମୟରେ ପୋଲିସ ଯେଉଁଭଳି ଭାବରେ ମାତ୍ରାଧିକ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି, ତାକୁ କଠୋର ଭାଷାରେ ନିନ୍ଦା କରୁଛି ।
    ଗଣତନ୍ତ୍ରରେ ପ୍ରତିବାଦ କରିବାର ଅଧିକାର ସମସ୍ତଙ୍କର ଅଛି । ଯୁବ ମୋର୍ଚ୍ଚାର କାର୍ୟ୍ୟକର୍ତ୍ତାମାନେ ହେଉଛନ୍ତି ଏକ ରାଜନୈତିକ ଦଳର କାର୍ୟ୍ୟକର୍ତ୍ତା । ମାତ୍ର ପୋଲିସ ସେମାନଙ୍କୁ ରାଜନୈତିକ କାର୍ୟ୍ୟକର୍ତ୍ତା ଭାବରେ ନୁହେଁ ବରଂ ଅପରାଧୀ ଭାବରେ ଅମାନୁଷିକ ଭାବେ ଆକ୍ରମଣ କରିଛି, ତାହା ଚିନ୍ତାଜନକ ।
    ଓଡ଼ିଶାର ପୋଲିସ ପ୍ରଶାସନ ଶାସକ ଦଳର ହିତରେ କାର୍ୟ୍ୟ କରିବା ପାଇଁ ନୁହେଁ ବରଂ ସାଢେ ୪ କୋଟି ଓଡ଼ିଆଙ୍କ ସୁରକ୍ଷାରେ ନିୟୋଜିତ ଅଛନ୍ତି । କିଛି ପୋଲିସ ଅଧିକାରୀ ଯେଉଁଭଳି ଭାବେ ଏକପାଖିଆ ନିଷ୍ପତି ନେଇ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି, ଏହା ଗଣତନ୍ତ୍ର ପାଇଁ ଶୋଭନୀୟ ନୁହେଁ ।

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook