Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଆସନ୍ତୁ ଜାଣିବା ଜଣେ କାଉନସିଲରୁ ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ରପତି ପ୍ରାର୍ଥୀ ହେବାର ଯାତ୍ରା

    Share on :
    ajab-Image
    Date: Jun 22, 2022    Views: 5019

    ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଏନଡିଏ । ଓଡିଶାର ଆଦିବାସୀ ନେତ୍ରୀ ତଥା ଝାଡଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଏନଡିଏ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ କରିଛି । ଆଉ ଏଥିସହିତ ଚଳିତ ରାଷ୍ଟ୍ରପତି ନିର୍ବାଚନରେ ଯଶୱନ୍ତ ସିହ୍ନା ଓ ଦ୍ରୌପଦୀ ମୁର୍ମୁଙ୍କ ଭିତରେ ଲଢେଇ ହେବା ପକ୍କା ହୋଇଛି । ତେବେ ଆସନ୍ତୁ ଜାଣିବା ଜଣେ କାଉନସିଲରୁ ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ରପତି ପ୍ରାର୍ଥୀ ହେବାର ଯାତ୍ରା` ।
    ୧୯୯୭ ମସିହାରେ ପ୍ରଥମ କରି ଜଣେ କାଉନସିଲର ଭାବେ ବିଜୟୀ ହୋଇଥିଲେ ଦ୍ରୌପଦୀ ମୁର୍ମୁ । ଏହି ସମୟରେ ସେ ରାଇରଙ୍ଗପୁରର ଭାଇସ୍-ଚେୟାରମ୍ୟାନ୍ ରହିଥିଲେ । ସେହି ସମାନ ବର୍ଷ ସେ ରାଜ୍ୟ ବିଜେପିର ଏସଟି ମୋର୍ଚ୍ଚାର ଉପ-ସଭାପତି ଭାବେ ନିଯୁକ୍ତ ହୋଇଥିଲେ । ପରେ ପରେ ୨୦୦୦ରୁ ୨୦୦୪ ଏବଂ ୨୦୦୪ରୁ ୨୦୦୯ ପର୍ୟ୍ୟନ୍ତ ଦ୍ରୌପଦୀ ମୁର୍ମୁ ବିଧାୟିକା ଭାବେ ନିର୍ବାଚନ ଜିତିଥିଲେ । ତେବେ ତାଙ୍କର ଏଭଳି କାମ ପରେ ତାଙ୍କୁ ବିଜେପି ଏସଟି ମୋର୍ଚ୍ଚାର ନ୍ୟାସନାଲ ଏକ୍ସକୁଟିଭ୍ ମେମ୍ବର ପଦ ମିଳିଥିଲା, ସେ ରାଜ୍ୟ ବିଜେପି ଏସଟି ମୋର୍ଚ୍ଚାର ସଭାପତି ଭାବେ ମଧ୍ୟ ନିଯୁକ୍ତ ହୋଇଥିଲେ ।

    ୨୦୦୭ ମସିହାରେ ସେ ଶ୍ରେଷ୍ଠ ବିଧାୟକ ଭାବେ ନୀଳକଣ୍ଠ ଆୱାର୍ଡ ମଧ୍ୟ ଜିତିଥିଲେ । ଆଉ ୨୦୧୦ ମସିହାରୁ ୨୦୧୩ ମସିହା ପର୍ୟ୍ୟନ୍ତ ମୟୁରଭଞ୍ଜ (ପଶ୍ଚିମ)ର ଜିଲ୍ଲା ବିଜେପି ସଭାପତି ରହିଥିଲେ । ୨୦୧୫ ମସିହାରୁ ୨୦୨୧ ମସିହା ପର୍ୟ୍ୟନ୍ତ ଦ୍ରୌପଦୀ ମୁର୍ମୁ ଝାଡଖଣ୍ଡର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଇଥିଲେ । ତାଙ୍କର କାର୍ୟ୍ୟକାଳ ଭିତରେ ସେ କୌଣସି ପ୍ରକାର ବିବାଦରେ ରହିନଥିଲେ । ତେଣୁ ଏନଡିଏ ଏବେ ତାଙ୍କୁ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ କରିଛି ।

    Maximum 500 characters

    ରାଜନୀତି View all

    Find Us on Facebook