Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଯୁକ୍ତ୨ ପରୀକ୍ଷାକୁ ନେଇ ବଡ ଖବର, ଜାଣନ୍ତୁ କ’ଣ

    Share on :
    ajab-Image
    Date: May 21, 2022    Views: 3462

    ଭୁବନେଶ୍ୱର: ଆସନ୍ତା ୩୧ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରଜରାଜନଗର ବିଧାନସଭା ଉପନିର୍ବାଚନକୁ ଦୃଷ୍ଟିରେ ରଖି ଯୁକ୍ତ ୨ ପରୀକ୍ଷାରେ କିଛିଟା ପରିବର୍ତ୍ତନ କରାଯାଇଛି । ୩୧ ତାରିଖରେ ହେବାକୁ ଥିବା କଳା ଓ ବିଜ୍ଞାନ ବିଭାଗର ଗଣିତ, କଳା ବିଭାଗରେ ଗୃହ ବିଜ୍ଞାନ ଓ ଧନ୍ଦାମୂଳକ ବିଭାଗର ବିଏଫସି-ବାୟୋଲୋଜି ବିଷୟର ପରୀକ୍ଷାକୁ ଜୁନ୍ ୪ ତାରିଖକୁ ଘୁଞ୍ଚାଇ ଦିଆଯାଇଛି ।

    ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଅନୁମୋଦନ କ୍ରମେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ମେ’୨୧ରୁ ୨୮ ମଧ୍ୟରେ ଅନୁଷ୍ଠିତ ହେବାକୁ ଥିବା ଅନ୍ୟାନ୍ୟ ବିଷୟ ପରୀକ୍ଷାରେ କୌଣସି ପରିବର୍ତ୍ତନ କରାଯାଇ ନଥିବା ପରିଷଦ ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ କହିଛନ୍ତି । ପୂର୍ବରୁ ଉକ୍ତ ତିନି ବିଷୟର ପରୀକ୍ଷାକୁ ଥରେ ଘୁଞ୍ଚା ଯାଇଥିଲା । 

     

    Maximum 500 characters

    ରାଜ୍ୟ ଖବର View all

    Find Us on Facebook