Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, ୪ ମୃତ ଓ ୨ ଗୁରୁତର

    Share on :
    ajab-Image
    Date: Oct 31, 2026    Views: 2928

    ନୂଆଦିଲ୍ଲୀ: ଜାତୀୟ ରାଜଧାନୀ ଦିଲ୍ଲୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଉତ୍ତର-ପଶ୍ଚିମ ଦିଲ୍ଲୀର ମଙ୍ଗୋଲପୁରୀ ଶିଳ୍ପାଞ୍ଚଳ ଫେଜ୍ 1ରେ ଥିବା ଏକ ଜୋତା କାରଖାନାରେ ଅଗ୍ନିକାଣ୍ଡ ଘଟି 4 ଜଣଙ୍କର ମୃତ୍ୟୁ ଘଟିଛି । ଅନ୍ୟ 2 ଜଣ ହସ୍ପିଟାଲରେ ଜୀବନ ମରଣ ସହ ସଂଘର୍ଷ କରୁଛନ୍ତି । ଅଗ୍ନିକାଣ୍ଡ ଗତକାଲି ରାତି ପ୍ରାୟ ସାଢ଼େ 9ଟାରେ B-293/294 ସ୍ଥିତ କାରଖାନାରେ ଘଟିଥିଲା । ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇ ପୋଲିସ ଏବଂ ଅଗ୍ନିଶମ ବାହିନୀ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ । ଅଗ୍ନିଶମ କର୍ମଚାରୀମାନେ ନିଆଁ ଲିଭାଇବା ଏବଂ କାରଖାନା ଭିତରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ କିଛି ଘଣ୍ଟା ଧରି ଅଭିଯାନ ଚଳାଇଥିଲେ ।

    ଦିଲ୍ଲୀ ପୋଲିସର ସୂଚନା ଅନୁଯାୟୀ, ଉଦ୍ଧାର କାର୍ଯ୍ୟ ସମୟରେ କାରଖାନା ଭିତରୁ 6 ଜଣଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ସମସ୍ତଙ୍କୁ ତୁରନ୍ତ ମଙ୍ଗୋଲପୁରୀର ସଞ୍ଜୟ ଗାନ୍ଧୀ ମେମୋରିଆଲ୍ ହସ୍ପିଟାଲକୁ ପଠାଯାଇଥିଲା । ହସ୍ପିଟାଲର ଡାକ୍ତର ସେମାନଙ୍କ ମଧ୍ୟରୁ 4 ଜଣଙ୍କୁ ମୃତ ଘୋଷଣା କରିଥିଲେ । ଦୁଇ ଜଣଙ୍କ ଅବସ୍ଥା ସଂକଟାପର୍ଣ୍ଣ ରହିଥିବା ବେଳେ ସେମାନଙ୍କ ଚିକିତ୍ସା ଚାଲିଛି । ପ୍ରାରମ୍ଭିକ ସୂଚନା ଅନୁଯାୟୀ, କାରଖାନାର ବେସମେଣ୍ଟରୁ ନିଆଁ ଲାଗିଥିଲା । ପରେ ନିଆଁ ଏବଂ ଧୂଆଁ ଉପର ମହଲାକୁ ବ୍ୟାପି ଯାଇଥିଲା ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook