Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ମହାନଦୀରେ ମଧ୍ୟମ ଧରଣର ବନ୍ୟା ହୋଇପାରେ : ମୁଖ୍ୟ ଶାସନ ସଚିବ

    Share on :
    ajab-Image
    Date: Aug 15, 2022    Views: 3289

     ଭୁବନେଶ୍ଵର : ରାଜ୍ୟରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ନେଇ ପ୍ରତିକ୍ରିୟା ରଖିଲେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର। ସେ କହିଛନ୍ତି ଯେ, ମହାନଦୀରେ ମଧ୍ୟମ ଧରଣର ବନ୍ୟା ହୋଇପାରେ। ହୀରାକୁଦ ଡ୍ୟାମ ଉପରୁ ବହୁତ ପାଣି ଆସୁଛି। ତାହାକୁ ରେଗୁଲେଟ୍ କରାଯାଉଛି। ୧୦ ଲକ୍ଷ ୫୦ ହଜାର କ୍ୟୁସେକ୍ ଜଳ ଅତିକ୍ରମ କରିବ ବୋଲି ଆଶା କରାଯାଉଛି। ବିଭିନ୍ନ ନଦୀବନ୍ଧ ଉପରେ ନଜର ରଖାଯାଇଛି।

    ମୁଖ୍ୟ ଶାସନ ସଚିବ ପୁଣି କହିଛନ୍ତି ଯେ, ବଡ଼ ଘାଇ ହବାର ସମ୍ଭାବନା ନାହିଁ। ଆବଶ୍ୟକୀୟ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ପାଟ୍ରୋଲିଂ କରାଯିବ। ତଳିଆ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କ ଘରେ ବର୍ଷା ପାଣି ପଶିଛି। ଆବଶ୍ୟକ ସ୍ଥଳରେ ସେମାନଙ୍କୁ ସ୍ଥାନାନ୍ତର କରିବା ପାଇଁ କୁହାଯାଇଛି।

    Maximum 500 characters

    ତାଜା ଖବର View all

    Find Us on Facebook